ଶ୍ରମ ଆଇନ ସଂଶୋଧନ ପ୍ରସ୍ତାବକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨।୮-କେନ୍ଦ୍ର ସରକାର ସଂସଦରେ ଆଗତ କରିଥିବା ଶ୍ରମ ଆଇନ ସଂଶୋଧନ ପ୍ରସ୍ତାବକୁ ବିରୋଧ କରି ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଓ ସ୍ବାଧୀନ ଜାତୀୟ ଫେଡେରେଶନ ତରଫରୁ ସହସ୍ରାଧିକ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସମସ୍ତ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନର ନେତୃତ୍ୱଙ୍କ ସ୍ବାକ୍ଷରରେ ପ୍ରସ୍ତାବିତ ଶ୍ରମଆଇନ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର ସରକାର ତୁରନ୍ତ ପ୍ରତ୍ୟାହାର କରିବାକୁ ଜିଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଜିଲାପାଳଙ୍କ ତରଫରୁ ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ ଶ୍ରମିକ ପ୍ରତିନିଧିମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ।
ବାଲେଶ୍ୱର ରେଳଷ୍ଟେଶନରୁ ଏକ ବିକ୍ଷୋଭ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ ଫାଟକ ପାଖରେ ପହଞ୍ଚିଥିଲା। ଶୋଭାଯାତ୍ରାରେ ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ସହ ସଂଯୁକ୍ତ ଓ ସ୍ବାଧୀନ ଫେଡେରେଶନ୍‌ ଏବଂ ବହୁ କଳକାରଖାନାର ଶ୍ରମିକମାନେ ଯୋଗ ଦେଇଥିଲେ। ସ୍ବାଧୀନତା ପୂର୍ବରୁ ଓ ସ୍ବାଧୀନ ଭାରତବର୍ଷରେ ଶ୍ରମିକମାନେ ସଂଗ୍ରାମ କରି ହାସଲ କରିଥିବା ୪୪ଟି ଶ୍ରମ ଆଇନକୁ କେନ୍ଦ୍ର ସରକାର ୪ଟି କୋର୍ଡ଼ରେ ରଖିବାକୁ ଉଦ୍ୟମ କରୁଛନ୍ତି। ଫଳରେ ସମ୍ପୃକ୍ତ ଆଇନଗୁଡ଼ିକରେ ପ୍ରଦତ୍ତ ଅଧିକାରରୁ ଶ୍ରମିକମାନେ ବଞ୍ଚତ୍ତ ହେବେ। ସେହିପରି ଉକ୍ତ ବିଲ୍‌ ସଂଶୋଧନ ପ୍ରସ୍ତାବ କାର୍ଯ୍ୟକାରୀ ହେଲେ ଦେଶୀ ଓ ବିଦେଶୀ ଶିଳ୍ପପତିମାନେ ଦୀର୍ଘବର୍ଷରୁ ଶ୍ରମିକମାନେ ପାଇଆସୁଥିବା ପ୍ରାପ୍ୟ ଓ ଅଧିକାରରୁ ବଞ୍ଚତ୍ତ କରାଇବାକୁ ବାଟ ଫିଟିଯିବ। ଉପସ୍ଥିତ ବକ୍ତାମାନେ ଏହାକୁ ବିରୋଧ କରି ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନର ଚେତାବନୀ ଦେଇଥିଲେ। ବିକ୍ଷୋଭ ସମାବେଶରେ ଶ୍ରମିକ ସଙ୍ଗଠନମାନଙ୍କର ମିଳିତ ମଞ୍ଚ ଟିୟୁଏସିସିର ଅଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ସାଧାରଣ ସମ୍ପାଦକ ଗୌରାଙ୍ଗ ପାଣିଗ୍ରାହୀ କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧି ଓ ଶିଳ୍ପପତି ତୋଷଣ ନୀତିକୁ ଦୃଢ଼ ବିରୋଧ କରିଥିଲେ। ଏଆଇଟିୟୁସିର ଜିଲା ସଭାପତି ଭାଗବତ ପ୍ରତିହାରୀ, ଏଚ୍‌ଏମ୍‌ଏସ୍‌ର ସମ୍ପାଦକ ଅରୁଣ ସ୍ବାଇଁ, ସିଆଇଟିୟୁର ରାଜ୍ୟ ସମ୍ପାଦକ ରାଧାରମଣ ଷଡ଼ଙ୍ଗୀ, ଆଇଏନ୍‌ଟିୟୁସିର ନେତ୍ରୀ ପ୍ରଜ୍ଞା ପାରମିତା ମହାନ୍ତି, ଏନ୍‌ଏଫ୍‌ଆଇଟିୟୁର ରାଜ୍ୟ ସମ୍ପାଦକ ଶାନ୍ତନୁ ଦାସ, ଏଆଇୟୁଟିୟୁସିର ସମ୍ପାଦକ ନିରାକାର ପାଣ୍ଡବ ପ୍ରମୁଖ ବିକ୍ଷୋଭ ସ୍ଥଳରେ ଶ୍ରମିକମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ନିକୁଞ୍ଜ ବସନ୍ତ ରାୟ, ଈଷାଣୀ ଷଡ଼ଙ୍ଗୀ, ଏମ୍‌କେଡି ମଜୁମଦାର, ଅରୁଣ ଜେନା, ବିଧାନ ଚନ୍ଦ୍ର ରାୟ, ବସନ୍ତ ସ, ପ୍ରତିମା ପଣ୍ଡା, ଭାରତୀ ପଣ୍ଡା, ସନ୍ଧ୍ୟା ବେହେରା, ଶିଶିର ହୁଇ ପ୍ରମୁଖ ଶୋଭାଯାତ୍ରାରେ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri