ଶ୍ରମ ଆଇନ ସମ୍ପୂର୍ଣ୍ଣ ଉଚ୍ଛେଦ ହେବନି: ରାଜୀବ କୁମାର

ନୂଆଦିଲ୍ଲୀ,୨୫।୫: ବିଭିନ୍ନ ରାଜ୍ୟ ଦ୍ୱାରା ଶ୍ରମ ଆଇନରେ କରାଯାଉଥିବା ପରିବର୍ତ୍ତନକୁ ନେଇ ଚିନ୍ତା ପ୍ରକଟ ହେଉଛି। ଏହି ପ୍ରସଙ୍ଗ ଉପରେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ, ସରକାର ଶ୍ରମିକଙ୍କ ହିତକୁ ବର୍ତ୍ତମାନ ପ୍ରାଥମିକତା ଦେଉଛନ୍ତି। ଶ୍ରମିକଙ୍କ ସ୍ବାର୍ଥ ରକ୍ଷା ଲାଗି ସରକାର ପ୍ରତିଶ୍ରୁତିବଦ୍ଧ। ଏ କ୍ଷେତ୍ରରେ ସଂସ୍କାର ପ୍ରକ୍ରିୟାକୁ ଗୁରୁତ୍ୱ ଦିଆଯାଉଛି। ଶ୍ରମ ଆଇନକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯିବ ନାହିଁ। ଗୁଜରାଟ ଏବଂ ଉତ୍ତର ପ୍ରଦେଶ ଭଳି ରାଜ୍ୟ ଏହି ଆଇନରେ ସଂଶୋଧନ କରିଛନ୍ତି କିମ୍ବା ପରିବର୍ତ୍ତନ ପାଇଁ ପ୍ରସ୍ତାବ ଦେଇଛନ୍ତି। କରୋନା ଭାଇରସ୍‌ ଦ୍ୱାରା କ୍ଷତିଗ୍ରସ୍ତ ଦେଶର ଶିଳ୍ପଜଗତକୁ ସହାୟତା କରିବା ଲାଗି ଏଭଳି ବ୍ୟବସ୍ଥା ହେଉଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ଏ ନେଇ ନିଜର ପକ୍ଷ ରଖିବାକୁ ପ୍ରସ୍ତୁତ ହେଉଛି। ମନ୍ତ୍ରଣାଳୟ ଏ ନେଇ ରାଜ୍ୟଗୁଡିକୁ ପରାମର୍ଶ ଦେବ। ରାଜ୍ୟଗୁଡିକ ଏହି ଆଇନକୁ ଉଚ୍ଛେଦ କରିପାରିବେ ନାହିଁ। କାରଣ ଏହାକୁ ଅନ୍ତର୍ଜାତୀୟ ଶ୍ରମ ସଙ୍ଗଠନ ନିୟମ ଆଧାରରେ ପ୍ରସ୍ତୁତ କରାଯାଇଛି ବୋଲି କୁମାର ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri