ଶ୍ରମିକ କାର୍ଡ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଛତ୍ରପୁର,୯ା୯(ଡି.ଏନ.ଏ)-ଛତ୍ରପୁରସ୍ଥିତ ଜିଲା ଶ୍ରମ କାର୍ଯ୍ୟାଳୟରେ ଶ୍ରମିକ କାର୍ଡ କରିଦେବା ଓ ପଞ୍ଜୀକୃତ ଶ୍ରମିକଙ୍କୁ ବିଭିନ୍ନ ସରକାରୀ ସହାୟତା ଯୋଗାଇଦେବା ପାଇଁ ଟଙ୍କା ଆଦାୟ କରାଯାଉଥିବା ଅଭିଯୋଗ ହୋଇଥିଲା ା ଏହାର ତଦନ୍ତ କରାଯିବ ଏବଂ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଶ୍ରମ କାର୍ଯ୍ୟାଳୟରେ କେତେଜଣ ଦଲାଲ ସକ୍ରିୟ ହୋଇ ଏପରି କରୁଥିବା ଜଣାପଡିଛି ା ଶ୍ରମ କାର୍ଯ୍ୟାଳୟରେ ଟଙ୍କା ଆଦାୟ ହୋଇଥିବା ନେଇ ଛତ୍ରପୁର ବ୍ଲକ ବଡମାଧପୁର ପଞ୍ଚାୟତ ଏବଂ ଖଲ୍ଲିକୋଟ ବ୍ଲକ ଭିକାପଡା, କଇରାଶି ଓ ଖୋଜାପଲ୍ଲୀ ଗାଁର ଶ୍ରମିକମାନେ ପୂର୍ବରୁ ଛତ୍ରପୁର ଆସି ପୃଥକ ଭାବେ ଜିଲା ଶ୍ରମ ଅଧିକାରୀ ଶିବ ନାରାୟଣ ସାହୁଙ୍କୁ ଭେଟି ଲିଖିତ ଅଭିଯୋଗ କରିଥିଲେ ା ଏପରିକି ପ୍ରଶାସନ ବିରୋଧରେ ଧାରଣା ଦେବାପାଇଁ ମଧ୍ୟ ବାଧ୍ୟ କରାଯାଉଥିବା ସେମାନେ ଅଭିଯୋଗ କରିଥିଲେ। ଏହାର ତଦନ୍ତ ହେବ ବୋଲି ସେ ସମୟରେ ଶ୍ରମ ଅଧିକାରୀ ସାହୁ ସୂଚନା ଦେଇଥିଲେ ା
ଜିଲାରେ ୨୭ଟି ପଞ୍ଜୀକୃତ ଶ୍ରମିକ ୟୁନିୟନ ରହିଛି ା ବର୍ତ୍ତମାନ ସୁଦ୍ଧା ଶ୍ରମିକ କାର୍ଡ ପାଇଁ ୨ ହଜାର ଆବେଦନପତ୍ର ଶ୍ରମ କାର୍ଯ୍ୟାଳୟରେ ପେଣ୍ଡିଂ ରହିଥିବା ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି। ୨୦୦୯ରୁ ବର୍ତମାନ ପର୍ଯ୍ୟନ୍ତ ୧ ଲକ୍ଷ ୩ ହଜାର ଶ୍ରମିକ ଶ୍ରମ କାର୍ଯ୍ୟାଳୟରୁ କାର୍ଡ ପାଇଛନ୍ତି। ସେହିପରି ସରକାରଙ୍କ ନିର୍ଦ୍ଧାରିତ ବିଭିନ୍ନ ସହାୟତା ପାଇଁ ୫୦୦ ଶ୍ରମିକଙ୍କ ଆବେଦନପତ୍ର ପେଣ୍ଡିଂ ରହିଥିବା ଜଣାପଡିଛି। ୨୦୧୩-୧୪ରେ ୨୮୧୯ ଶ୍ରମିକଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରାଯାଇଥିବା ବେଳେ ୨୦୧୪-୧୫ରେ ୩୯୨୮ ଜଣଙ୍କୁ , ୨୦୧୫-୧୬ରେ ୯୪୩୨ ଜଣଙ୍କୁ, ୨୦୧୬-୧୭ରେ ୧୮,୬୩୪ ଜଣଙ୍କୁ, ୨୦୧୭-୧୮ରେ ୫୬୭୪ ଜଣ ଓ ୨୦୧୮-୧୯ରେ ୧୬୯୫ ଶ୍ରମିକଙ୍କୁ ସହାୟତା ଦିଆଯାଇଥିବା ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri