Posted inଜାତୀୟ

ଶ୍ରମିକ ସ୍ପେଶାଲ ଟ୍ରେନରେ ଜନ୍ମ ନେଇଛନ୍ତି ୧୬ ଶିଶୁ !

ନୂଆଦିଲ୍ଲୀ,୨୨।୫: କରୋନା ଭାଇରସ ପାଇଁ ଗତ ମାର୍ଚ୍ଚ ମାସଠାରୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବାହାର ରାଜ୍ୟରେ ରହୁଥିବା ଶ୍ରମିକମାନେ କାମଧନ୍ଦା ଅଭାବରୁ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଶେଷରେ ସେମାନଙ୍କୁ ଘରେ ପହଞ୍ଚାଇବା ପାଇଁ ସରକାରଙ୍କ ପକ୍ଷରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ର ବ୍ୟବସ୍ଥା କରାଯାଇଥିଲା। ଆଉ ଏହି ଟ୍ରେନ୍‌ ମାଧ୍ୟମରେ ଅନେକେ ପ୍ରବାସୀ ଶ୍ରମିକ ନିଜ ନିଜ ରାଜ୍ୟକୁ ଫେରି ଆସିଛନ୍ତି। ଏବେ ଜଣାପଡିଛି କି ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ପାଖାପାଖି ଇତିମଧ୍ୟରେ ପାଖାପାଖି ୨୪ ଜଣ ଗର୍ଭବତୀ ଯାତ୍ରା କରିଥିଲେ। ଏମାନଙ୍କ ମଧ୍ୟରୁ ପ୍ରାୟ ୧୬ ଜଣ ଟ୍ରେନ୍‌ ଭିତରେ ହିଁ ସନ୍ତାନ ପ୍ରସବ କରିଛନ୍ତି। ଅନ୍ୟ ୮ ଜଣଙ୍କ ପରିସ୍ଥିତିକୁ ଦେଖି ମେଡିକାଲ ନେବାର ବନ୍ଦୋବସ୍ତ କରାଯାଇଛି। ପ୍ରାୟ ସମସ୍ତେ ସୁସ୍ଥ ସନ୍ତାନ ପ୍ରସବ କରିଥିବା ବେଳେ ଜଣେ ମହିଳାଙ୍କର କିନ୍ତୁ ଯମଜ ସନ୍ତାନଙ୍କ ମଧ୍ୟରୁ ଜଣକର ମୃତ୍ୟୁ ହୋଇଥିବା ଖବର ରହିଛି। ଏହି ୨୯ ବର୍ଷୀୟା ପ୍ରବାସୀ ଶ୍ରମିକ ଜଣକ ଯୋଧପୁରରୁ ବସ୍ତି ଯିବାକୁ ଶ୍ରମିକ ଟ୍ରେନ୍‌ରେ ଯାତ୍ରା କରୁଥିବା ବେଳେ ଟ୍ରେନ୍‌ ବଗି ଭିତରେ ଜମଜ ସନ୍ତାନ ପ୍ରସବ କରିଥିଲେ। ହେଲେ ଏଥିମଧ୍ୟରୁ ଜଣେ ଶିଶୁ କମ୍‌ ଓଜନର ହୋଇଥିବାରୁ ଜନ୍ମର କିଛି ସମୟ ପରେ ତା’ର ମୃତ୍ୟୁ ହୋଇଥିଲା ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri