ଶ୍ରମିକଙ୍କ ସମସ୍ୟା ବୁଝିବାକୁ ନୋଡାଲ ଅଫିସର ନିଯୁକ୍ତି କର

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନକୁ ମେ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟର ରିଲିଫ କ୍ୟାମ୍ପରେ ଫସି ରହିଥିବା ଶ୍ରମିକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ଉପଯୁକ୍ତ ଖାଦ୍ୟ, ପାନୀୟ ଓ ଚିକିତ୍ସା ସୁବିଧା ଯୋଗାଯାଉ ନ ଥିବା ଅଭିଯୋଗ ହେଉଛି। ଏହାକୁ ନେଇ ସୁପ୍ରିମକୋର୍ଟ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏ ଦିଗରେ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନେବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତ୍ୟେକ ରିଲିଫ କ୍ୟାମ୍ପ ଦାୟିତ୍ୱରେ ଜଣେ ବରିଷ୍ଠ ଅଧିକାରୀ ରହିବେ। ବିଭିନ୍ନ ସାମାଜିକ ସଂଗଠନ କିମ୍ବା ମଧ୍ୟାହ୍ନଭୋଜନ ସୁବିଧା କରୁଥିବା ସଂସ୍ଥାଗୁଡିକ ସହିତ ଯୋଗସୂତ୍ର ରଖି ଲକ୍‌ଡାଉନ ସମୟରେ ଶ୍ରମିକମାନଙ୍କର ଖାଇବା ପିଇବା ବ୍ୟବସ୍ଥା କରିବେ। ଆବଶ୍ୟକ ସ୍ଥଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ନିୟମାବଳୀ ଅନୁସାରେ ସେମାନଙ୍କୁ ମନସ୍ତାତ୍ତ୍ୱିକ ଓ ସାମାଜିକ ପରାମର୍ଶ ଦେବାକୁ କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତିି। ଲକ୍‌ଡାଉନ ସମୟରେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଶ୍ରମିକମାନଙ୍କ କଲ୍ୟାଣ ପ୍ରତି ଯଥେଷ୍ଟ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ଅନୁରୋଧ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ନିୟମାବଳୀଗୁଡିକ ଯେପରି କଡାକଡି ଲାଗୁ କରାଯିବ ତାହା ସୁନିଶ୍ଚିତ କରିବାକୁ କ୍ୟାବିନେଟ ସଚିବ ଶୁକ୍ରବାର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାରଙ୍କୁ ଚିଠି ଲେଖିଛନ୍ତି।
ରାଜ୍ୟଗୁଡିକ ଏ ସମ୍ପର୍କରେ ସମୀକ୍ଷା କରିବା ସହ ଶ୍ରମିକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବା ଲାଗି କୁହାଯାଇଛି। ଯଦି ଏଥିପାଇଁ କାୈଣସି ନୋଡାଲ ଅଧିକାରୀଙ୍କ୍‌ୁ ନିଯୁକ୍ତି ଦିଆଯାଇ ନାହିଁ ତେବେ ତୁରନ୍ତ ତାହା କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି। ଶ୍ରମିକମାନେ ଯେପରି ହଇରାଣ ନ ହେବେ ସେ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ପୌର ସଂସ୍ଥା କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବା ଲାଗି କୁହାଯାଇଛି। ବିଭିନ୍ନ ଜିଲାରେ ଅଟକି ରହିଥିବା ଶ୍ରମିକମାନଙ୍କ ସଂଖ୍ୟା ପୁଙ୍ଖାନୁପୁଙ୍ଖ ଭାବେ ନିରୂପଣ କରି ସେମାନଙ୍କର ଖାଇବା, ରହିବା ଆଦି ସମସ୍ତ ସୁବିଧା କରିବାକୁ କ୍ୟାବିନେଟ ସଚିବ ଚିଠିରେ ଉଲ୍ଲେଖ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri