ଶ୍ରମିକଙ୍କୁ କାର୍ଯ୍ୟସ୍ଥଳକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୩୧।୫: ବର୍ତ୍ତମାନ ଦେଶର ଅର୍ଥ ବ୍ୟବସ୍ଥା ସାମ୍ନାରେ ବିଭିନ୍ନ ଚ୍ୟାଲେଞ୍ଜ ରହିଛି। ଲକ୍‌ଡାଉନ ଶେଷ ହେବା ପରେ ଅର୍ଥ ବ୍ୟବସ୍ଥା ଧୀରେ ଧୀରେ ପୁଣି ଥରେ ଟ୍ରାକ୍‌କୁ ଫେରିବା ଲାଗି ସମୟ ଲାଗିବ। ବର୍ତ୍ତମାନ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଗମ୍ଭୀର ସ୍ଥିତିରେ ରହିଛି। ବର୍ତ୍ତମାନ ସୁଦ୍ଧା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ପ୍ରବାସୀ ଘରେ ପହଞ୍ଚିଛନ୍ତି। ଶ୍ରମିକମାନେ କାର୍ଯ୍ୟସ୍ଥଳକୁ ନ ଫେରିଲେ ଶିଳ୍ପଗୁଡିକର ସମସ୍ୟା ଲାଗି ରହିବ। ଏହାକୁ ନେଇ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ବଡ ବୟାନ ଦେଇଛନ୍ତି। ଶ୍ରମିକଙ୍କୁ ପୁଣି ଥରେ କାର୍ଯ୍ୟକ୍ଷେତ୍ରକୁ ଫେରାଇ ଆଣିବା ଲାଗି ସରକାର ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରିବେ। ଶ୍ରମିକଙ୍କ ସହ ସମ୍ପର୍କରେ ରହିବା ନେଇ ସେ ଶିଳ୍ପଜଗତକୁ ପରାମର୍ଶ ଦେଇଛନ୍ତି। ଲକ୍‌ଡାଉନରୁ ଆଶ୍ୱସ୍ତି ମିଳିଲେ ଲୋକମାନଙ୍କୁ ପୁଣି ଥରେ ଶ୍ରମ କ୍ଷେତ୍ରକୁ ଫେରାଇ ଆଣିବା ଲାଗି ବ୍ୟବସ୍ଥା ଉପରେ ସେ ମତ ରଖିଛନ୍ତି। ଯଦି ଶ୍ରମିକମାନେ କାର୍ଯ୍ୟକ୍ଷେତ୍ରକୁ ନ ଫେରନ୍ତି ତେବେ ଅର୍ଥ ବ୍ୟବସ୍ଥାର ଗାଡି ଟ୍ରାକ୍‌କୁ ଫେରିବା କଷ୍ଟକର ହେବ। ୨୫ ମାର୍ଚ୍ଚରୁ ହୋଇଥିବା ଲକ୍‌ଡାଉନ ଯୋଗୁ ଶ୍ରମିକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ମେ ପହିଲାରୁ ଶ୍ରମିକମାନେ ଘରକୁ ଫେରିବା ଲାଗି ସରକାର ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରିଛନ୍ତି। ସେହିଭଳି ବର୍ତ୍ତମାନ ହୋଇଥିବା ଶ୍ରମିକ ଟ୍ରେନ୍‌ ନେଇ ରାଜ୍ୟଗୁଡିକ ଯୋଜନା ଏବଂ ସମନ୍ବୟ ରକ୍ଷା କରିବାକୁ ରେଳ ମନ୍ତ୍ରଣାଳୟ ନିବେଦନ କରିଛି। ଫସି ରହିଥିବା ଲୋକ କିଭଳି ଘରକୁ ଫେରିପାରିବେ ତାକୁ ଧ୍ୟାନରେ ରଖି ବ୍ୟବସ୍ଥା ହାତକୁ ନେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri