ଶ୍ରମିକଙ୍କୁ ମାଡ଼ ମାରି ୪ ଗିରଫ

ବାରିପଦା ଅଫିସ, ୩୦ା୪- ରାସ୍ତା କାର୍ଯ୍ୟ କରୁଥିବା ଶ୍ରମିକଙ୍କୁ ଧମକ ଦେବା ଓ ମାଡ଼ ମାରିବା ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ କୁଳିଆଣା ଥାନା କାମତା ଗ୍ରାମର ଶିବପ୍ରସାଦ ବାରିକ, ସଂଗ୍ରାମ କେଶରୀ ବେହେରା, ଶୁଭମ ଦାସଅଧିକାରୀ ଓ ଶ୍ରୀତମ ଦାସଅଧିକାରୀ। ଏନେଇ ପୋଲିସ ଏକ ମାମଲା(ନଂ.୫୦/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି।
ପୋଲିସ ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନ ୩ଟା ସମୟରେ କାମତା ଗ୍ରାମ ଦେଇ ଯାଇଥିବା ଜାତୀୟ ରାଜପଥ ନଂ.୧୮ରେ ଶ୍ରମିକମାନେ କାମ କରୁଥିବା ବେଳେ ପ୍ରଥମେ ଶିବପ୍ରସାଦ ବାରିକ ଏକ ବାଇକ୍‌ରେ ଆସି ସେମାନଙ୍କୁ କାମ ବନ୍ଦ କରିବାକୁ ଧମକ ଦେବା ସହିତ ଗାଳି ଗୁଲଜ କରିଥିଲେ। ପରେ ତାଙ୍କର ଅନ୍ୟ ୩ ଜଣ ସହଯୋଗୀ ପହଞ୍ଚି ଶ୍ରମିକମାନଙ୍କୁ ଗାଳିଗୁଲଜ କରିବା ସହିତ ମାଡ଼ ମାରିବାରୁ ୩ ଶ୍ରମିକ ଆହତ ହୋଇଥିଲେ। ଫଳରେ ଭୟଭୀତ ହୋଇ ଶ୍ରମିକମାନେ କାମ ଛାଡ଼ି ସେଠାରୁ ପଳାଇ ଯାଇଥିଲେ। ଏନେଇ ଜଣେ ଶ୍ରମିକ କୁଳିଅଣା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ଅଭିଯୁକ୍ତମାନଙ୍କଠାରୁ ପୋଲିସ ଏକ ବାଇକ୍‌, ପ୍ଲାଷ୍ଟିକ୍‌ ପାଇପ୍‌ ଓ ଲାଠି ଜବତ କରିଛି। ଗୁରୁବାର ଅଭିଯୁକ୍ତ ୪ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଏକ ପ୍ରେସ୍‌ ବିବୃତିରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri