ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା। ପ୍ରତ୍ୟୁଷରୁ ସା ପର୍ଯ୍ୟନ୍ତ ବିଭିନ୍ନ ପ୍ରାନ୍ତରୁ ତଥା ଦୂରଦୂରାନ୍ତରୁ ପହଞ୍ଚି ଥିବା ଶ୍ରଦ୍ଧାଳୁମାନେ ଜଳଲାଗି କରିବା ସହ ମହାଦେବଙ୍କ ଯଥାବିଧି ପୂଜାର୍ଚ୍ଚନା କରିଥିଲେ। ଏହା ସହିତ ହୋମଯଜ୍ଞ, ଭଜନଜଣାଣ, ନାମ ସଙ୍କୀର୍ତ୍ତନ, ପ୍ରସାଦ ସେବନ ଆଦି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସ୍ଥାନୀୟ ମନ୍ଦିର ପରିଚାଳନା କମିଟି ତଥା ପୋଲିସ ପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା କରିବା ସହ ଶ୍ରଦ୍ଧାଳୁଙ୍କ ସକାଶେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଥିଲା। ବିଶେଷକରି ଛେଣ୍ଡିପଦା ବ୍ଲକ ପ୍ରସିଦ୍ଧ କୋରଡା ପଞ୍ଚାୟତ ଅନ୍ତର୍ଗତ ଝିଣ୍ଟିପାଳ ଗ୍ରାମସ୍ଥିତ ଶ୍ରୀଶ୍ରୀ ବୀରେଶ୍ୱର ଅଷ୍ଟଶମ୍ଭୁ ମହାଦେବ ମନ୍ଦିରଠାରେ ହଜାର ହଜାର ସଂଖ୍ୟକ କାଉଡ଼ିଆ ଏବଂ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା । ମନ୍ଦିର ଟ୍ରଷ୍ଟ ବୋର୍ଡ, ଗ୍ରାମ ପରିଚାଳନା କମିଟି ତଥା ନିଶା ଶିଳ୍ପାଞ୍ଚଳ ଥାନା ପୋଲିସ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା। ଅଷ୍ଟଶମ୍ଭୁ ବୋଲବମ୍‌ କମିଟି ପକ୍ଷରୁ ସମସ୍ତ ଶ୍ରଦ୍ଧାଳୁଙ୍କ ସକାଶେ ଅନ୍ନପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ସେହିପରି ଜରପଡ଼ା ଧବଳେଶ୍ବର ମନ୍ଦିରରେ ମଧ୍ୟ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା। ଏହାସହ ଛେଣ୍ଡିପଦା, ବ୍ରାହ୍ମଣବିଲ, ଖମାର, ମାଛକୁଟା, କୋଶଳା, କୋରଡା, ବାଲିପଟା, କତଡା ଆଦି ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଅସମ୍ଭବ ଭିଡ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri