ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ: ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଖଣ୍ଡପଡ଼ା,୧୧ା୧(ସ୍ବ.ପ୍ର.): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ଶୁକ୍ରବାର ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି। ଭୋର ୫ଟାରେ ଶ୍ରୀ ଜୀଉଙ୍କ ପହଡ ଭଙ୍ଗ ଓ ମଙ୍ଗଳ ଆଳତି ପରେ ମଇଲମ, ତଡପ ଲାଗି ଓ ଅବକାଶ ବଢିଥିଲା। ଏହା ପରେ ରୋଶ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ବଲ୍ଲଭ, ସକାଳ ଧୂପ, ଭଅଣ୍ଡ ପୂଜା ଧୂପ ଓ ହୋମ ପୂର୍ବ ନିର୍ଘଣ୍ଟ କ୍ରମେ ଅନୁଷ୍ଠିତ ହୋଇଯାଇଛି। ସାଢେ ୧୧ଟାରେ ଅମୃତ ମଣୋହି ହୋଇ ପାଟ ପଟୁଆର ସଂକୀର୍ତ୍ତନ ସହ ଦେବୋତ୍ତର ମ୍ୟାନେଜର ହରିହର ଦାଶ ମା’ ଲକ୍ଷ୍ମୀ ଠାକୁରାଣୀଙ୍କ ମନ୍ଦିରକୁ ଅଙ୍କୁରାରୋପଣ ସାମଗ୍ରୀ ନେଇଯାଇଥିଲେ। ଶ୍ରଦ୍ଧାଳୁ ଦୁଷ୍ମନ୍ତ କୁମାର ସ୍ବାଇଁ ମା’ଙ୍କୁ ପ୍ରଥମ ଭେଟି ପ୍ରଦାନ ପରେ ମା’ଙ୍କୁ ପୂଜାର୍ଚ୍ଚନା କରି ଶ୍ରୀ ଜୀଉଙ୍କ ନିକଟକୁ ନିମନ୍ତ୍ରଣ କରି ଆଣିଥିଲେ। ମା’ଲକ୍ଷ୍ମୀ ବିଜେ ହେବା ପରେ ନୀଳମାଧବ ଜୀଉଙ୍କ ଶ୍ରୀ ପ୍ରୟର ଲାଗି ଅଭିଷେକ ନୀତି ସୁନାବେଶ ସମ୍ପନ୍ନ ହୋଇଥିଲା। ପ୍ରାୟ ମଧ୍ୟାହ୍ନ ସାଢେ ୧୨ଟା ସମୟରେ ମଧ୍ୟାହ୍ନ ଧୂପ ନୀତି ଅନୁଷ୍ଠିତ ହୋଇଥିଲା। ଶ୍ରୀ ଜୀଉଙ୍କ ପାଟବସ୍ତ୍ର ଲାଗି ହେବା ପରେ ଅପରାହ୍ନ ଗୋଟାଏ ସମୟରେ ଶ୍ରୀ ଜୀଉଙ୍କ ଦର୍ଶନ ପାଇଁ ସାହାଣ ମେଲା ହୋଇଥିଲା। ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ରାଜ୍ୟ ତଥା ବାହାରୁ ସହସ୍ରାଧିକ ଭକ୍ତଙ୍କ ଭିଡ଼ ହୋଇଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri