ଶ୍ରୀ ନୀଳମାଧବଙ୍କ ସିଂହଦ୍ୱାରକୁ ଲାଗି ଶୌଚାଳୟ :ପରମ୍ପରା ବିରୋଧ ନେଇ ଅସନ୍ତୋଷ, ନିର୍ମାଣ ବନ୍ଦ ଦାବି

ଖଣ୍ଡପଡ଼ା,୫ା୮(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବେ ପରିଚିତ କଣ୍ଟିଲୋ ଶ୍ରୀ ନୀଳମାଧବ ଜୀଉଙ୍କ ମନ୍ଦିର ପୂର୍ବ ଦ୍ୱାର ତଥା ସିଂହଦ୍ୱାରକୁ ଲାଗି ୨ଟି ପାଇଖାନା ନିର୍ମାଣ କରାଯାଉଛି। ଏଥିଯୋଗୁ ମନ୍ଦିର ନିୟମ ଓ ପରମ୍ପରା ଭଙ୍ଗ ହେଉଥିବା ଅଭିଯୋଗ ହୋଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ସ୍ବଚ୍ଛ ଭାରତ ଯୋଜନା କଣ୍ଟିଲୋ ପଞ୍ଚାୟତ ଅଞ୍ଚଳରେ ଚାଲିଛି। ତେବେ ହିନ୍ଦୁଧର୍ମର ନିୟମ, ପରମ୍ପରା ଅନୁଯାୟୀ କୌଣସି ମନ୍ଦିରକୁ ଲାଗି ଶୌଚାଳୟ ନିର୍ମାଣ ପାଇଁ ନିଷେଧ ରହିଛି। ତେଣୁ ତୁରନ୍ତ ପାଇଖାନା ବନ୍ଦ କରିବା ପାଇଁ ସେବାୟତ ଗୋବର୍ଦ୍ଧନ ମିଶ୍ର ଏବଂ କେତେଜଣ ଶ୍ରଦ୍ଧାଳୁ ଦାବି କରିଛନ୍ତି। ବର୍ଷସାରା ବିଭିନ୍ନ ପର୍ବପର୍ବାଣୀରେ ଠାକୁରଙ୍କ ଚଳନ୍ତି ପ୍ରତିମା ମଦନମୋହନ ଏବଂ ଠାକୁରାଣୀ, ଠାକୁର ସିଂହଦ୍ୱାରରୁ ଓହ୍ଲାଇ ଦୋଳବେଦୀ ଅତିକ୍ରମ କରି ଗ୍ରାମ ବିଜେ କରନ୍ତି। ଦୋଳ ପୂର୍ଣ୍ଣିମାରେ ଲକ୍ଷ୍ମୀ, ସରସ୍ବତୀଙ୍କ ସହ ଶ୍ରୀ ମଦନମୋହନ ଦୋଳବେଦୀରେ ବିଜେ ହୋଇ ଦୋଳି ଖେଳିଥାନ୍ତି। ଏହାର ଅତି ନିକଟରେ ପାଇଖାନା ନିର୍ମାଣ ହେଉଥିବାରୁ ଶ୍ରଦ୍ଧାଳୁମାନେ ବିରୋଧ କରିଛନ୍ତି। ଏ ନେଇ ଖଣ୍ଡପଡ଼ା ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri