ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ

ପୁରୀ ଅଫିସ୍‌,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ କହିଛନ୍ତି। ଗୁରୁବାର ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଯୋଗଦେଇ ତ୍ରିପାଠୀ କହିଥିଲେ ଯେ, ମେଘନାଦ ପାଚେରି କଡରୁ ୭୫ମିଟର ପରିଧି ମଧ୍ୟରେ ଉଚ୍ଛେଦ ଲାଗି ସୁପ୍ରିମକୋର୍ଟ କହିନାହାନ୍ତି। ରାଜ୍ୟ ସରକାର ଜିଲା ପ୍ରଶାସନକୁ ମାଧ୍ୟମ କରି ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ଭାବେ ପୁରୀରେ ଏଭଳି ଦମନଲୀଳା ଚଳାଇଛନ୍ତି। ପୁରୀ ପାଇଁ ଯେଉଁ ପ୍ୟାକେଜ୍‌ ଘୋଷଣା କରାଯାଇଛି ରାଜ୍ୟ ବଜେଟରେ ଏନେଇ କୌଣସି ବ୍ୟବସ୍ଥା ନାହିଁ। ପୁରୀବାସୀଙ୍କୁ ଭୁଆଁ ବୁଲାଇବା ଏବଂ ପୁରୀର ଅର୍ଥନୈତିକ ପ୍ରଗତିକୁ ଅଚଳ କରିଦେବା ଲାଗି ଏଭଳି ଷଡଯନ୍ତ୍ର ହୋଇଛି। ଫନୀ କ୍ଷତିଗ୍ରସ୍ତ ପୁରୀ ସହରବାସୀଙ୍କ ଆର୍ଥିକ ମେରୁଦଣ୍ଡ ଉପରେ ଏହା ବଜ୍ର ଆଘାତ। ଏହାଦ୍ୱାରା ପୁରୀରେ ବ୍ୟାଙ୍କିଙ୍ଗ୍‌ କାରବାର ଏବଂ ଅର୍ଥନୈତିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ପ୍ରଭାବିତ ହେବ। ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବା ପାଇଁ ଏହା ଏକ ଚକ୍ରାନ୍ତ ଓ ଅପରିଣାମଦର୍ଶୀ ପଦକ୍ଷେପ ବୋଲି ତ୍ରିପାଠୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri