ଶ୍ରୀକ୍ଷେତ୍ରରେ ୬ହଜାର ହବିଷିଆଳିଙ୍କ ସମାଗମ

ପୁରୀ ଅଫିସ, ୧୫ା୧୦: ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ଏହି ପୂଣ୍ୟ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ପୁରୀରେ ରହି କାର୍ତ୍ତିକ ବ୍ରତ ପାଳିବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସି ହବିଷିଆଳିମାନେ ପହଞ୍ଚତ୍ଛନ୍ତି। ଏଠାରେ ୬ହଜାରରୁ ଊର୍ଦ୍ଧ୍ୱ ବ୍ରତଧାରୀଙ୍କ ସମାଗମ ହୋଇଛି। ସୋମବାର ପ୍ରତ୍ୟୁଷରୁ ହବିଷିଆଳିମାନେ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସ୍ନାନ ସାରି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ ସଂକଳ୍ପ କରି ବ୍ରତ ଆରମ୍ଭ କରିବା ସହ ତୁଳସୀ ଚଉରା ମୂଳେ ରାଇଦାମୋଦରଙ୍କ ପୂଜା କରିଛନ୍ତି। ତେବେ ପ୍ରଥମ ଦିନରେ ଶ୍ୱେତଗଙ୍ଗାରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରିଥିବା ବେଳେ ସେ ଜଣେ ହବିଷିଆଳି ବୋଲି କୁହାଯାଉଛି। ତାଙ୍କ ପରିଚୟ ଜଣାପଡ଼ିନାହିଁ।
ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷିଆଳିଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ୩ ହଜାର ହବିଷିଆଳିଙ୍କ ଲାଗି ୩ଟି ଆଶ୍ରୟସ୍ଥଳୀ ଖୋଲାଯାଇଛି। ସୋମବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ୨,୬୦୦ ହବିଷିଆଳିଙ୍କ ନାମ ପଞ୍ଜୀକରଣ ହୋଇଥିବା ବେଳେ ୨,୪୦୦ ଜଣ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ, ପୌର କଲ୍ୟାଣ ମଣ୍ଡପ ଓ ନରେନ୍ଦ୍ର କୋଣସ୍ଥିତ ସ୍ଥାୟୀ ହବିଷିଆଳି କେନ୍ଦ୍ରରେ ରହିଛନ୍ତି। ଏହାବ୍ୟତୀତ ବ୍ୟକ୍ତିଗତ ଭାବେ ବହୁ ହବିଷିଆଳି ପୁରୀର ବିଭିନ୍ନ ମଠ, ମନ୍ଦିର ଓ ଧର୍ମଶାଳାରେ ରହି କାର୍ତ୍ତିକ ବ୍ରତ ପାଳୁଛନ୍ତି। ସରକାରଙ୍କ ପକ୍ଷରୁ ଖୋଲାଯାଇଥିବା ଆଶ୍ରୟସ୍ଥଳୀରେ ହବିଷିଆଳିଙ୍କ ରହିବା, ଖାଇବା, ସ୍ବାସ୍ଥ୍ୟସେବା ସାଙ୍ଗକୁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ହବିଷିଆଳିଙ୍କୁ ସକାଳେ ଚା ଦିଆଯାଉଛି। ସୁରକ୍ଷିତ ସ୍ନାନ ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ଲାଇଫ୍‌ଗାର୍ଡ ଓ ଅଗ୍ନିଶମ କର୍ମଚାରୀ ମୁତୟନ ରହିଥିବାବେଳେ ଶ୍ରୀମନ୍ଦିରକୁ ଯିବା ପାଇଁ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରୁ ଗାଡ଼ି ବ୍ୟବସ୍ଥା ହୋଇଛି। ସେହିପରି ଆଶ୍ରୟସ୍ଥଳୀ ପରିସରରେ ତୁଳସୀ ଚଉରା ଏବଂ ଆକାଶ ଦୀପ ସାଙ୍ଗକୁ ସନ୍ଧ୍ୟାରେ ଭାଗବତ, ପୁରାଣ ଓ ପ୍ରବଚନ କାର୍ଯ୍ୟକ୍ରମ ରଖାଯାଇଛି।
ପୁରାଣ ଶାସ୍ତ୍ର ଅନୁଯାୟୀ, କାର୍ତ୍ତିକ ମାସ ସବୁଠୁ ପୂଣ୍ୟ ମାସ। ଏହି ମାସରେ କାର୍ତ୍ତିକ ବ୍ରତ ପାଳନ ଦ୍ୱାରା ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଛି। ଦେବାଳୟ, ନଦୀ କୂଳ, ତୁଳସୀ ବୃକ୍ଷ ମୂଳେ ଓ ଘରେ ନିୟମିତ ଦୀପ ଜାଳିଲେ ସୁଖ ଓ ସୌଭାଗ୍ୟ ପ୍ରାପ୍ତି ହୋଇଥାଏ। ଏହି ମାସରେ ପ୍ରାତଃ ସ୍ନାନକୁ ଅତ୍ୟନ୍ତ ଶୁଭଦାୟକ ବୋଲି ବିବେଚନା କରାଯାଏ। ଏହାଦ୍ୱାରା ସୁଖ, ସମୃଦ୍ଧି, ଆୟୁ, ଶକ୍ତି ବୃଦ୍ଧି ପାଇଥାଏ। ବିଶେଷକରି ମହିଳାମାନେ ଅଧିକ ସଂଖ୍ୟାରେ ଏହି ବ୍ରତ ପାଳନ କରିଥାନ୍ତି। ଏଥିପାଇଁ ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କ ଭିଡ଼ ଜମିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri