ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ବିବାହ ସମ୍ପନ୍ନ : ରୋଶଣିରେ କମ୍ପିଲା ଦେଓଗଁ।

ଢେଙ୍କାନାଳ ଅଫିସ, ୮।୬- ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳର ଜିଲାର ପ୍ରମୁଖ ଶୈବପୀଠ। ବାଜାବାଣ, ରୋଶଣି ସାଙ୍ଗକୁ ଶିବସ୍ତୋତ୍ରରେ ପରିବେଶ ମୁଖରିତ ହୋଇଉଠିଥିବାବେଳେ ଦବଦମ୍ପତିଙ୍କ ବିବାହରେ ସାମିଲ ହୋଇଥିଲେ ହଜାର ହଜାର ଶ୍ରଦ୍ଧାଳୁ।
କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ବିବାହ ଉତ୍ସବ ପାରମ୍ପରିକ ନୀତି ଅନୁଯାୟୀ ଶୁକ୍ରବାର ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା କପିଳାସ ପାଦଦେଶରେ ଥିବା ଶିବସାଗରରୁ ବାହାରି ମା’ ପାର୍ବତୀଙ୍କ ମନ୍ଦିରରେ ପହଞ୍ଚତ୍ଥିଲା। ଘଣ୍ଟଘଣ୍ଟା, ସଂକୀର୍ତ୍ତନ, ଶଙ୍ଖଧ୍ୱନି ସାଙ୍ଗକୁ ହରହର ମହାଦେବ ଧ୍ୱନିରେ ଦେଓଗଁା ପରିବେଶ କମ୍ପିଉଠିଥିଲା। ସୁସଜ୍ଜିତ ବିମାନ ସାଙ୍ଗକୁ ଆଲୋକମାଳା ଶୋଭାଯାତ୍ରାର ପ୍ରମୁଖ ଆକର୍ଷଣ ପାଲଟିଥିଲା। ଯଥାବିଧି ପୂଜାର୍ଚ୍ଚନା ପରେ ଦେବଦମ୍ପତିଙ୍କ ବିବାହ ଶେଷହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଆଖପାଖ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ସମସ୍ତଙ୍କ ପାଇଁ ପ୍ରସାଦସେବନ ବ୍ୟବସ୍ଥା କରାଯାଇଥିଲା।
ସେହିପରି ମୁକ୍ତଦେଈପୁର ଶାସନର ଆରାଧ୍ୟ ଦେବତା ଶ୍ରୀ ସୋମନାଥଶ୍ୱରଙ୍କ ବିବାହ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଏହି ପରିପ୍ରେକ୍ଷୀରେ ସୂର୍ଯ୍ୟପୂଜା, ରୁଦ୍ରାଭିଷେକ ଯଥାବିଧି କରାଯାଇଥିଲା। ସନ୍ଧ୍ୟାରେ ଆୟୋଜିତ ବିବାହ ଉତ୍ସବରେ ମା’ ପାର୍ବତୀ, ମହାପ୍ରଭୁ ସୋମନାଥଶ୍ୱର, ଶ୍ରୀକୃଷ୍ଣଙ୍କ ଚଳନ୍ତି ବିଗ୍ରହକୁ ବିମାନ, ବୃଷଭ ଉପରେ ବିରାଜମାନ କରାଯାଇ ମଣ୍ଡପକୁ ଅଣାଯାଇଥିଲା। ମୁକ୍ତଦେଈପୁର ଶାସନ ମହାଜନ ମହସଭା ସଭାପତି ଶଶିମୌଳି ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଜଗନ୍ନାଥ ତ୍ରିପାଠୀ ବିବାହ କାର୍ଯ୍ୟ ସମ୍ପାଦନ କରିଥିବାବେଳେ ରାମେଶ୍ୱର ମିଶ୍ର, ମୁରଲି ପାଣି, ଶିବସାଇ ମହାପାତ୍ର ଏଥିରେ ସହଯୋଗ କରିଥିଲେ। ଆୟୋଜିତ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri