ଶ୍ରୀଜଗନ୍ନାଥ ମହାପ୍ରଭୁ କରୋନା ରିଲିଫ୍‌ ଫଣ୍ଡ

ପୁରୀ ଅଫିସ, ୩୧ା୩: କରୋନା ପାଇଁ ଏବେ ସବୁଠି ହାହା କାର। ଏହାର ମୁକାବିଲା ପାଇଁ ଦେଶକୁ ଲକ୍‌ଡାଉନ କରାଯାଇଛି। ଏଥିପାଇଁ ଜନସାଧାରଣଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିଲାଗି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଦାନଦେବା ପାଇଁ ଆହ୍ବାନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ସହାୟତାର ହାତ ବଢାଇବାକୁ ନିଷ୍ପତ୍ତି ନେଇଛି। ସୋମବାର ଅନୁଷ୍ଠିତ ଅର୍ଥ ସବ୍‌ କମିଟି ବୈଠକରେ ସଦସ୍ୟମାନେ ଶ୍ରୀଜଗନ୍ନାଥ ମହାପ୍ରଭୁ କରୋନା ରିଲିଫ ଫଣ୍ଡ୍‌ ଗଠନ ଲାଗି ପ୍ରସ୍ତାବ ରଖିଥିଲେ। କିନ୍ତୁ କୌଣସି ଚୂଡ଼ାନ୍ତ ହୋଇନାହିଁ। ମୁଖ୍ୟ ପ୍ରଶାସକ ଏ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି। ଏ ସମ୍ପର୍କରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସମହାପାତ୍ର କହିଛନ୍ତି, ଶ୍ରୀଜଗନ୍ନାଥ ମହାପ୍ରଭୁ କରୋନା ରିଲିଫ୍‌ ଫଣ୍ଡ ଗଠନ କରାଯିବା ଲାଗି ଆଲୋଚନା ହୋଇଛି। ଏହା ଚୂଡ଼ାନ୍ତ ହେଲେ ଯେ କୌଣସି ବ୍ୟକ୍ତି କରୋନା ମୁକାବିଲା ପାଇଁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଦାନ ଦେଇପାରିବେ। ପରେ ତାହାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ୍‌କୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri