ଶ୍ରୀଜୀଉଙ୍କ ଦର୍ଶନ ପୂର୍ବରୁ ଫର୍ମ ପୂରଣ କରିବେ ଶ୍ରଦ୍ଧାଳୁ: ଥଣ୍ଡାଜ୍ୱର ଥିଲେ ନ ଆସିବାକୁ ପରାମର୍ଶ, ସ୍ପର୍ଶ ବାରଣ

ପୁରୀ ଅଫିସ,୧୫।୩: କରୋନା ସତର୍କତାକୁ ନେଇ ରବିବାର ଶ୍ରୀମନ୍ଦିର ଛତିଶା ନିଯୋଗର ଏକ ବୈଠକ ବସିଛି। ମୁଖ୍ୟ ପ୍ରଶାସକ ଡ . କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବଠକରେ ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ଦର୍ଶନ ସହ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ମହାପ୍ରଭୁଙ୍କୁ ଦର୍ଶନ ପୂର୍ବରୁ ଶ୍ରଦ୍ଧାଳୁଙ୍କୁ ଏକ ନିର୍ଦ୍ଦିଷ୍ଟ ଫର୍ମ ପୂରଣ କରିବାକୁ ପଡିବା ନେଇ ନିଷ୍ପତ୍ତି ହୋଇଛି। ଏହି ଅନୁଯାୟୀ, ନିର୍ଦ୍ଧାରିତ ଫର୍ମରେ ନିଜ ବିଷୟରେ ସମସ୍ତ ତଥ୍ୟ ଦେବାକୁ ଶ୍ରଦ୍ଧାଳୁଙ୍କ ଲାଗି ବାଧ୍ୟତାମୂଳକ କରାଯାଇଛି। ଜ୍ୱର, ଥଣ୍ଡା ହୋଇଥିଲେ ଦର୍ଶନ ପାଇଁ ନ ଆସିବାକୁ ପରାମର୍ଶ ଦିଆଯାଇଛି। ନିଜେ କିମ୍ବା ପରିବାରର କେହି ବିଦେଶରୁ ଫେରିଥିଲେ ଉକ୍ତ ଫର୍ମରେ ସ୍ପଷ୍ଟ କରିବାକୁ କୁହାଯାଇଛି। ତେବେ ଶ୍ରୀମନ୍ଦିର ବାହାରେ ଦୁଇଦିନ ମଧ୍ୟରେ ୨ଟି ହେଲ୍ପ ଡେସ୍କ କାର୍ଯ୍ୟକରିବ। ଯେଉଁଠାରେ ଏହି ଫର୍ମ ଯୋଗାଇ ଦିଆଯିବ। ଏହା ସହ କରୋନା ସଂକ୍ରମଣ ଲାଗି ଶ୍ରୀମନ୍ଦିରରେ କେତେକ ପୂଜାବିଧି ଏବଂ ପରମ୍ପରା ଉପରେ କଟକଣା ଲାଗୁ ହୋଇଛି। ଧାଡ଼ି ଦର୍ଶନ ବ୍ୟବସ୍ଥା ହୋଇଥିବା ବେଳେ ଦୁଇ ଭକ୍ତଙ୍କ ମଧ୍ୟରେ ୨ ମିଟରର ବ୍ୟବଧାନ ରହିବ। ଶ୍ରଦ୍ଧାଳୁ ଭିତରକାଠ ପର୍ଯ୍ୟନ୍ତ ଧାଡ଼ିରେ ଯାଇ ଦର୍ଶନ କରିବେ। ଅରୁଣ ସ୍ତମ୍ଭ, ଗରୁଡ ସ୍ତମ୍ଭ ଏବଂ କୌଣସି ଦେବଦେବୀ କିମ୍ବା କୌଣସି ପଦାର୍ଥ ଓ ବସ୍ତୁକୁ ଛୁଇଁବାକୁ ବାରଣ କରାଯାଇଛି। ଏହା ଏପ୍ରିଲ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ମନ୍ଦିର କର୍ମଚାରୀ, ପୋଲିସ, ଜେପିଜି, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲା ପ୍ରଶାସନ ଅଧିକାରୀ ଯେଉଁମାନେ ମନ୍ଦିର କାର୍ଯ୍ୟରେ ସମ୍ପୃକ୍ତ ସେମାନଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଉଥିବା ବେଳେ ସେବାୟତଙ୍କ ଲାଗି ଏହା ଇଚ୍ଛାଧୀନ କରାଯାଇଛି। ଆନନ୍ଦବଜାରରେ ଖାଇବା ଲାଗି ବସିବା ସମୟରେ ବ୍ୟବଧାନ ରଖିବାକୁ କୁହାଯାଇଛି। ଏହା ସହ ଅବଢ଼ା ଘରକୁ ନେଇ ଖାଇବାକୁ ପରାମର୍ଶ ଦିଆଯାଇଛି। ୪ ଦ୍ୱାରରେ ହାତ ଧୋଇବା ଲାଗି ବ୍ୟବସ୍ଥା କରାଯିବାକୁ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri