ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ଅନାବରଣ

ସିଙ୍ଗାପୁର: ବଲିଉଡ ସୁପରଷ୍ଟାର ତଥା ସ୍ବର୍ଗୀୟା ଅଭିନେତ୍ରୀ ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ବୁଧବାର ସ୍ଥାନୀୟ ମାଡାମ ଟୁସାଡ୍ସରେ ଅନାବରଣ ହୋଇଛି। ଏଥିପାଇଁ ଆୟୋଜିତ ଏକ ଉତ୍ସବରେ ଯୋଗଦେଇଥିଲେ ଅଭିନେତ୍ରୀଙ୍କ ସ୍ବାମୀ ବୋନି କପୁର ଏବଂ ତାଙ୍କର ଦୁଇ କନ୍ୟା ଜାହ୍ନବୀ ଓ ଖୁସି। ୧୯୮୭ର ସୁପରହିଟ୍‌ ଫିଲ୍ମ ‘ମିଷ୍ଟର ଇଣ୍ଡିଆ’ର ଲୋକପ୍ରିୟ ହିନ୍ଦୀ ସଙ୍ଗୀତ ‘ହାଓ୍ବା ହାଓ୍ବାଇ’ ଗାଇ ଶ୍ରୀଦେବୀ ଯେଉଁ ଚାହାଣି ମାରିଥିଲେ ତାହାର ଅବିକଳ ରୂପ ଏହି ପ୍ରତିମୂର୍ତ୍ତିରେ ଦେଖିବାକୁ ମିଳୁଛି। ଏହି କାର୍ଯ୍ୟକ୍ରମରେ ବୋନି ଖୁବ୍‌ ଅଳ୍ପ ସମୟ ପାଇଁ ବକ୍ତୃତା ଦେଇ ଶ୍ରୀଦେବୀଙ୍କୁ ସ୍ମରଣକରି ସାମାନ୍ୟ ଭାଙ୍ଗି ପଡ଼ିଥିଲେ। ଏ ସମ୍ପର୍କରେ ବୋନି ଟୁଇଟ୍‌ କରିଛନ୍ତି, ‘ଶ୍ରୀଦେବୀ କେବଳ ଆମ ହୃଦୟରେ ନୁହଁ, ବରଂ ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟରେ ବଞ୍ଚତ୍ ରହିଛନ୍ତି।’
ସୁପରଷ୍ଟାର ଶ୍ରୀଦେବୀ ୮୦ଦଶକରେ ବଲିଉଡ ବକ୍ସ ଅଫିସରେ ବେଶ୍‌ ରାଜୁତି କରୁଥିଲେ। ଶ୍ରୀଦେବୀ ଅଭିନୟ କରିବା ସହିତ ଫିଲ୍ମ ପ୍ରଯୋଜନା କରୁଥିଲେ। ସେ ତାମିଲ, ହିନ୍ଦୀ, ତେଲୁଗୁ, ମାଲାୟଲମ ଏବଂ କନ୍ନଡ ଫିଲ୍ମରେ କାମ କରିଛନ୍ତି। ସେ ୧୯୬୩ ଅଗଷ୍ଟ ୧୩ରେ ଶିବକାଶିଠାରେ ଜନ୍ମଗ୍ରହଣ କରିଥିଲେ। ଦୁବାଇ ଗସ୍ତ କରିଥିବାବେଳେ ୨୦୧୮ ଫେବୃୟାରୀ ୨୪ରେ ଏକ ହୋଟେଲର ଗାଧୁଆକୁଣ୍ଡରେ ବୁଡ଼ିଯାଇ ସେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri