ଶ୍ରୀଧର ପାତ୍ର ହେବେ ନାଲ୍‌କୋର ନୂଆ ସିଏମ୍‌ଡି

ଭୁବନେଶ୍ୱର, ୧୫-୮(ବ୍ୟୁରୋ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ)ର ନୂଆ ସିଏମ୍‌ଡି ଭାବେ ଶ୍ରୀଧର ପାତ୍ରଙ୍କ ନାମ ଚୟନ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଚୟନ ବୋର୍ଡ (ପିଇଏସ୍‌ବି) ପକ୍ଷରୁ ନିକଟରେ ହୋଇଥିବା ସାକ୍ଷାତକାରରେ ୪ ଜଣଙ୍କ ମଧ୍ୟରୁ ଶ୍ରୀଧର ପାତ୍ରଙ୍କୁ ସିଏମ୍‌ଡି ପଦବୀ ଲାଗି ବଛାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଗଠିତ ନିଯୁକ୍ତି କମିଟି ପାତ୍ରଙ୍କ ନିଯୁକ୍ତିକୁ ଚୁଡାନ୍ତ ମଞ୍ଜୁରୀ ପ୍ରଦାନ କରିବେ। ବର୍ତ୍ତମାନ ନାଲ୍‌କୋ ସିଏମ୍‌ଡି ଭାବେ କାର୍ଯ୍ୟରତ ଚାନ୍ଦ ୨୦୧୫ ଜୁଲାଇରେ କମ୍ପାନୀରେ ଦାୟିତ୍ୱ ଗ୍ରହଣ କରିଥିଲେ। ସେ ଚଳିତ ବର୍ଷ ନଭେମ୍ବର ଯାଏ କମ୍ପାନୀର ଅଧ୍ୟକ୍ଷ ପଦବୀରେ ରହିବେ। ସେହିଭଳି ଶ୍ରୀଧର ପାତ୍ର ବର୍ତ୍ତମାନ ନାଲକୋର ବିତ୍ତ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ। ଗତ ବର୍ଷ ସେପ୍ଟେମ୍ବରରେ ସେ କମ୍ପାନୀରେ ଯୋଗ ଦେଇଥିଲେ। ତାଙ୍କ ନେତୃତ୍ୱରେ କମ୍ପାନୀ ଲାଭ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି। ୨୦୧୯-୨୦ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସରେ କମ୍ପାନୀର ଲାଭ ୨୯% ବୃଦ୍ଧି ଘଟି ୧୭୩୨ କୋଟି ଟଙ୍କା ରହିଛି। ଯାହା ୧୦ ବର୍ଷ ମଧ୍ୟରେ ସର୍ବାଧିକ। ସେ ଓଡ଼ିଶା ମାଇନିଂ କର୍ପୋରେଶନ ଲିମିଟେଡ, ଇଣ୍ଡିଆନ ରେୟାର ଆର୍ଥସ ଲିମିଟେଡ ଏବଂ ଓଏନ୍‌ଜିସିର ସହଯୋଗୀ କମ୍ପାନୀ ମାଙ୍ଗାଲୋର ରିଫାଇନେରୀ ଆଣ୍ଡ ପେଟ୍ରୋକେମିକାଲ୍ସ ଭଳି କମ୍ପାନୀରେ କାର୍ଯ୍ୟ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟରୁ ବାଣିଜ୍ୟରେ ସ୍ନାତ୍ତକୋତ୍ତର, ବିଦ୍ୟାସାଗର ୟୁନିଭର୍ସିଟିରୁ ସେ ଏମ୍‌ବିଏ ଡିଗ୍ରୀ ହାସଲ କରିଛନ୍ତି। ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡର କମର୍ସିଆଲ ଡାଇରେକ୍ଟର ସୋମା ମଣ୍ଡଲ, ମେକନ ଲିମିଟେଡ ସିଏମ୍‌ଡି ଅତୁଲ ଭଟ୍ଟ, ନର୍ଥ ଇଷ୍ଟର୍ନ ଇଲେକଟ୍ରିକ ପାଓ୍ବାର କର୍ପୋରେଶନର ବିତ୍ତ ନିର୍ଦ୍ଦେଶକ ଏମ.ଶିବ ସନମୁଗନାଥନ ଏହି ପଦବୀ ଲାଗି ସାକ୍ଷାତକାର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri