Posted inଜାତୀୟ

ଶ୍ରୀନଗର ହେଲିକପ୍ଟର ଦୁର୍ଘଟଣା: ୫ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ

ଶ୍ରୀନଗର,୨୩।୮: ଭାରତୀୟ ବାୟୁସେନା ନିଜର ୫ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗତ ଫେବୃୟାରୀ ୨୭ରେ ଶ୍ରୀନଗରରେ ନିଜର ହେଲିକପ୍ଟର ଉପରେ ହୋଇଥିବା ଫାୟାରିଂ ମାମଲାରେ ଉକ୍ତ ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ଦୋଷୀ ସାବ୍ୟସ୍ତ ହୋଇଥିବା ଅଫିସର ହେଲେ ଜଣେ ଗ୍ରୁପ କ୍ୟାପଟେନ, ୨ଜଣ ଓ୍ବିଙ୍ଗ କମାଣ୍ଡର ଓ ୨ ଫ୍ଲାଇଟ୍‌ ଲେଫ୍ଟଭନାଣ୍ଟ। ଏହାର ପରବର୍ତ୍ତି କାର୍ଯ୍ୟାନୁଷ୍ଠାନ ପାଇଁ ସମସ୍ତ ରିପୋର୍ଟକୁ ବାୟୁସେନା ମୁଖ୍ୟାଳୟକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ୨୭ ଫେବୃୟାରୀରେ ବଡଗାମରୁ ୭ କିଲୋମିଟର ଦୂର ଗୋରେନ୍ଦ ଗଁାରେ MI-17V5 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ହେଲିକପ୍ଟରଟି ଏକ ଚାଷଜମିରେ ପଡ଼ିବା ପରେ ସେଥିରେ ନିଆଁ ଲାଗିଯାଇଥିଲା। ଏହି ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଥିଲା। ପାକିସ୍ତାନର ବାଲାକୋଟ ଏୟାରଷ୍ଟ୍ରାଇକ୍‌ ପରେ ପାକିସ୍ତାନର ଯୁଦ୍ଧ ବିମାନ ଭାରତ ସୀମାକୁ ପଶିଆସିଥିବା ବେଳେ ଏହି ଘଟଣା ଘଟିଥିବା ସୂଚନା ରହିଛି। ସେହି ସମୟରେ ପୂର୍ବତନ ଓ୍ବେଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ମାର୍ଶଲ ହରି କୁମାର ଏହାର ନେତୃତ୍ୱ ନେଇଥିଲେ। ପାକିସ୍ତାନର ଯୁଦ୍ଧ ବିମାନକୁ ଭାରତ ସୀମାରୁ ବାହାର କରିବା ସହ ନିଜ ହେଲିକପ୍ଟରକୁ ମଧ୍ୟ ଫାୟାରିଂ କରିଥିଲେ। ଏହି ଘଟଣା ଘଟିବା ପରେ ବାୟୁସେନା ପକ୍ଷରୁ ତୁରନ୍ତ ଯାଞ୍ଚ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri