Posted inଖେଳ

ଶ୍ରୀନିବାସନଙ୍କ ଝିଅ ରୂପା ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୪ା୬ (ପି.ଟି.)-‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ଅଭିଯୋଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ଏନ୍‌. ଶ୍ରୀନିବାସନଙ୍କ ଝିଅ ରୂପା ଗୁରୁନାଥ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ବୋର୍ଡର ଏଥିକ୍ସ ଅଫିସର ଜଷ୍ଟିସ୍‌ (ଅବସରପ୍ରାପ୍ତ) ଡି.କେ. ଜୈନଙ୍କ ଦ୍ୱାରା ଗୁରୁବାର ଏନେଇ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ରୂପା ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ)ର ସଭାପତି ଅଛନ୍ତି। ବିସିସିଆଇର କୌଣସି ସ୍ବୀକୃତିପ୍ରାପ୍ତ ୟୁନିଟ୍‌ର ସେ ପ୍ରଥମ ମହିଳା ସଭାପତି। ସେ ଇଣ୍ଡିଆନ ସିମେଣ୍ଟ୍ସ ଲିମିଟେଡ୍‌ (ଆଇସିଏଲ୍‌)ର ଜଣେ ଫୁଲ୍‌ ଟାଇମ୍‌ ନିର୍ଦ୍ଦେଶକ ଅଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ କ୍ରିକେଟ ଲିମିଟେଡ୍‌ (ସିଏସ୍‌କେସିଏଲ୍‌) ସହ ତାଙ୍କର ସିଧାସଳଖ ସମ୍ପର୍କ ଥିବାରୁ ‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ)ର ଜଣେ ପୂର୍ବତନ ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା ଅଭିଯୋଗ କରିଥିଲେ। ଟିଏନ୍‌ସିଏ ଚାହିଁଲେ କୋର୍ଟ ଅଫ୍‌ ଲ’ରେ ଏହାକୁ ଚ୍ୟାଲେଞ୍ଜ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?