ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା

ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ ନେତୃବୃନ୍ଦଙ୍କ ସହ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ସେବକ ମଧୁସୂଦନ ସିଂହାରୀ ପ୍ରମୁଖ ତାଙ୍କୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ ପୂର୍ବକ ସ୍ବାଗତ ଜଣାଇଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀ ମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ଭିତରକାଠ ନିକଟରୁ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ବେଢା ପରିସର ବୁଲିଥିଲେ। ଦେବୀଦେବଙ୍କୁ ଦର୍ଶନ କରିସାରିବା ପରେ ଶ୍ରୀମନ୍ଦିରର କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ। ଏଏସ୍‌ଆଇ ଅଧିକାରୀଙ୍କ ସହ କ୍ଷୟକ୍ଷତି ନେଇ ଆଲୋଚନା କରିବା ସହ ମରାମତି କେମିତି ଚାଲିଛି ତାହା ବୁଝିଥିଲେ।
ପ୍ରାୟ ଦେଢ ଘଣ୍ଟା ମନ୍ଦିରରେ ବିତାଇବା ପରେ ବାହାରକୁ ଆସିଥିଲେ କେନ୍ଦ୍ରମନ୍ତ୍ରୀ ପ୍ରଧାନ। ସିଂହଦ୍ୱାରଠାରେ ଗଣମାଧ୍ୟମକୁ କହିଥିଲେ ଯେ, ବାତ୍ୟାରେ ପୁରୀ ଅଞ୍ଚଳରେ ଅପୂରଣୀୟ କ୍ଷତି ହୋଇଛି। କିନ୍ତୁ ବାତ୍ୟା ଯେଉଁଭଳି ରୂପ ଧାରଣ କରିଥିଲା ସେଥିରେ ଯେତିକି କ୍ଷତି ହେବା କଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସେପରି କିଛି ହୋଇନି। ତଥାପି ଅନେକ କ୍ଷୟକ୍ଷତି ହୋଇଛି। ଜନଜୀବନ, ପ୍ରାଣୀ ସମ୍ପଦ ସହିତ ଗରିବ ଲୋକ ଅଧିକ ମାତ୍ରାରେ ପ୍ରଭାବିତ ହୋଇଛନ୍ତି। ଶ୍ରୀମନ୍ଦିର ଭିତରେ ବି ଅନେକ କ୍ଷତି ଘଟିଛି। କଳ୍ପବଟ ବି ବାତ୍ୟାର ଶିକାର ହୋଇଛି। ବର୍ତ୍ତମାନ ଧୀରେ ଧୀରେ ସ୍ବାଭାବିକ ଅବସ୍ଥା ଫେରୁଥିବା ବେଳେ ଅନେକ କାମ ବାକି ରହିଛି। ଟେଲିଫୋନ, ବିଜୁଳି, ପିଇବା ପାଣି ସ୍ବାଭାବିକ ହେବାରେ ଲାଗିଛି। ମହାପ୍ରଭୁଙ୍କ ଆଶୀର୍ବାଦରୁ ରଥଯାତ୍ରା ସୁଦ୍ଧା ପୁରୀର ସ୍ବାଭାବିକ ଅବସ୍ଥା ଫେରିଆସିବ ବୋଲି କହିଥିଲେ ଧର୍ମେନ୍ଦ୍ର। କେନ୍ଦ୍ରମନ୍ତ୍ରୀ ଆହୁରି କହିଥିଲେ ଯେ, ଶ୍ରୀମନ୍ଦିର କ୍ଷୟକ୍ଷତି ନେଇ ଏଏସ୍‌ଆଇ ଅଧିକାରୀଙ୍କ ସହ ଆଲୋଚନା କରିଛି। ପୂର୍ବରୁ ଏଏସ୍‌ଆଇ ଡିଜିଙ୍କ ସହ ମଧ୍ୟ ଆଲୋଚନା କରିଥିଲି। ଏଏସ୍‌ଆଇ ଯୁଦ୍ଧକାଳୀନଭିତ୍ତିରେ କାମ ଆରମ୍ଭ କରିଦେଇଛି। ଖୁବ୍‌ ଶିଘ୍ର ମନ୍ଦିରର ମରାମତି କାମ ସରିବ ବୋଲି ଏଏସ୍‌ଆଇ ଆଶ୍ୱାସନା ଦେଇଥିବା ଧର୍ମେନ୍ଦ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri