ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଠିକ୍‌, ସମସ୍ତେ ସହଯୋଗ କରିବା ଦରକାର କହିଲେ ଆମିକସ୍‌ କ୍ୟୁରି

ପୁରୀ ଅଫିସ,୭।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କ୍ଲିନ୍‌ଚିଟ୍‌। ଶୁକ୍ରବାର ଜିଲା ପ୍ରଶାସନ ଏବଂ ମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ସରକାରଙ୍କ ନିଷ୍ପତ୍ତିକୁ ଠିକ୍‌ ବୋଲି କହିଛନ୍ତି। ଯେଉଁ ପଦକ୍ଷେପ ନିଆଯାଉଛି, ତାହା ସ୍ବାଗତଯୋଗ୍ୟ। ସମସ୍ତଙ୍କ ସହ ଆଲୋଚନା ଓ ସହମତି ଭିତ୍ତିରେ ଏହା କରାଯାଉଛି। ଏଣୁ ସମସ୍ତେ ଏହାକୁ ସହଯୋଗ କରିବା ଦରକାର ବୋଲି ସେ କହିଛନ୍ତି।

ସକାଳେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଆମିକସ୍‌ କ୍ୟୁରି ଏବଂ ସଲିସିଟର ଜେନେରାଲ ତୁଷାର ମେହେଟା ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ଆଲୋଚନା କରିଥିଲେ। ସେଠାରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଆସି ମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ପରେ ସେ ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଅନୁଧ୍ୟାନ ଲାଗି ଆସିଥିଲୁ। ପରିଚାଳନା କମିଟି ସହ ଆଲୋଚନା କଲୁ। ସରକାର ଶ୍ରୀମନ୍ଦିର ସୁରକ୍ଷା ଓ ବିକାଶ ପାଇଁ ଯେଉଁ ପଦକ୍ଷେପ ନେଉଛନ୍ତି ତାହା ସ୍ବାଗତ ଯୋଗ୍ୟ। ସମସ୍ତଙ୍କ ସହ ଆଲୋଚନା ଓ ସହମତି ଭିତ୍ତିରେ ଏହା କରାଯାଉଛି। ଏଥିରେ ସମସ୍ତ ସହଯୋଗ କରିବା ଦରକାର। ଆସନ୍ତା ବର୍ଷ ନାଗାର୍ଜୁନ ବେଶ ଅନୁଷ୍ଠିତ ହେବାର ରହିଛି। ପୁରୀରେ ପ୍ରାୟ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଏହାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ କରିବା ଲାଗି ସରକାର ଏଭଳି କାର୍ଯ୍ୟକ୍ରମ ହାତକୁ ନେଇଥିବା ସେ କହିଛନ୍ତି।

ସୂଚନାଯୋଗ୍ୟ, ମେଘନାଦ ପାଚେରୀର ୭୫ ମିଟର ଉଚ୍ଛେଦକୁ ନେଇ ସୁପ୍ରିମକୋର୍ଟରେ ମାମଲା ରୁଜୁ ହେବା ପରେ ଉଭୟ ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ଲାଗି ପୁରୀ ଆସିଛନ୍ତି। ଗଜପତି ମହାରାଜା, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ସମେତ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରି ସେ ସୁପ୍ରିମକୋର୍ଟରେ ତାଙ୍କ ରିପୋର୍ଟ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri