ଶ୍ରୀମନ୍ଦିର ପାଇଁ ୨୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୧୬ା୬: ଦବସ୍ନାନ ପୂର୍ଣ୍ଣିମା ସହ ସୋମବାର ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ହେବ। ଭିଡ଼, ସୁରକ୍ଷା ବ୍ୟବସ୍ଥା ଏବଂ ଟ୍ରାଫିକ ନିୟନ୍ତ୍ରଣ ଲାଗି ପୁରୀ ସହର ପାଇଁ ମୋଟ ୪୪ ପ୍ଲାଟୁନ ଫୋର୍ସ ବ୍ୟବସ୍ଥା କରାଯାଇଛି। ଏଥିମଧ୍ୟରୁ ୨୫ ପ୍ଲାଟୁନ ଫୋର୍ସ କେବଳ ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ରହିବେ। କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ମୁତାବକ, ଶ୍ରୀମନ୍ଦିରରେ ୨ ଜଣ କମାଣ୍ଡାଣ୍ଟ, ୮ ଜଣ ଡେପୁଟି କମାଣ୍ଡାଣ୍ଟ ଏବଂ ଅତିରିକ୍ତ ଏସ୍‌ପି, ଡିଏସ୍‌ପି ୧୧, ଇନ୍ସପେକ୍ଟର ଏବଂ ସବ୍‌ଇନ୍ସପେକ୍ଟର ୨୯, ଏଏସ୍‌ଆଇ ଓ ଏସ୍‌ଆଇ ୧୨୨, ହାବିଲଦାର ୧୨, କନଷ୍ଟେବଳ ୧୩୩, ଟ୍ରାଫିକ କନଷ୍ଟେବଳ ୪, ହୋମ୍‌ଗାର୍ଡ ୧୦୮ଜଣ ମୁତୟନ ହେବେ। ଶ୍ରୀମନ୍ଦିର ଭିତରେ ଜଣେ ଲେଖାଏଁ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ସମେତ ଗୋଟିଏ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଶ୍ରୀମନ୍ଦିର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ଅଧୀନରେ ଏହା କାର୍ଯ୍ୟ କରିବ। ଏଥିସହିତ ୩ ପ୍ଲାଟୁନ ଷ୍ଟ୍ରାଇକିଂ ଫୋର୍ସ ମନ୍ଦିର ଫାଣ୍ଡି, ଟାଉନ ଥାନା ଏବଂ କୁମ୍ଭାରପଡ଼ା ଥାନାରେ ମୁତୟନ ରହିବେ ବୋଲି ଆଇଜି ସୂଚନା ଦେଇଛନ୍ତି। ବିଶେଷକରି ଭକ୍ତ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ସ୍ନାନବେଦିରେ ମହାପ୍ରଭୁଙ୍କ ଦର୍ଶନ ସାରି ଅନ୍ୟ ଦ୍ୱାର ଦେଇ ବାହାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri