ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ପୁଣି ୫ ପରିବାର ଜମି ହସ୍ତାନ୍ତର କଲେ

ପୁରୀ ଅଫିସ,୨୭ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଜାରି ରହିଛି। ଗତ ୨୧ ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକିଥିବାବେଳେ ୨୨ତାରିଖରେ ୬ ପରିବାର ଏଥିରେ ସାମିଲ ହୋଇଥିଲେ। ଶୁକ୍ରବାର ପୁଣି ୫ ପରିବାର ପ୍ରଶାସନ ସହ ଜମି ବିକ୍ରି କବଲା (ସେଲ୍‌ ଡିଡ୍‌) କରିଥିବା ସୂଚନା ମିଳିଛି। ସମ୍ପୃକ୍ତ ପରିବାରକୁ ସେମାନଙ୍କ ଜମି ଓ କୋଠା ମୂଲ୍ୟ ବାଦ୍‌ କେବଳ ପୁନର୍ବାସ ଓ ଥଇଥାନ ସହାୟତା ବାବଦରେ ୧୮କୋଟି ୫୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଶତକଡ଼ା ୧୦ ପ୍ରତିଶତ ଅଧିକ ସହ ଏହି ଟଙ୍କା ବିସ୍ଥାପିତ ହେବାକୁ ଥିବା ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।

ସୂଚନା ମୁତାବକ, ଜିଲା ସବ୍‌ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ଏହି ସେଲ୍‌ ଡିଡ୍‌ କରାଯାଇଛି। ବାସେଳିସାହି ଓ ମଣିକର୍ନିକା ସାହିର ୫ ପରିବାର ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବେଚ୍ଛାକୃତ ଭାବେ ସରକାରଙ୍କୁ ଜମି ହସ୍ତାନ୍ତର କରିଛନ୍ତି। ସମ୍ପୃକ୍ତ ପରିବାର ଗୁଡ଼ିକର ଜମି ଓ କୋଠା ମୂଲ୍ୟ ବାବଦରେ କେତେ ଟଙ୍କା କ୍ଷତିପୂରଣ ପାଇଛନ୍ତି ତାହା ଜଣାପଡ଼ି ନ ଥିବାବେଳେ କେବଳ ପୁନର୍ବାସ ଓ ଥଇଥାନ ଯୋଜନାରେ ଏକକାଳୀନ ସହାୟତା ରାଶି ୩୦ ଲକ୍ଷ ଲେଖାଏ ମୋଟ ୧୮କୋଟି ୫୧ଲକ୍ଷ ଟଙ୍କା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୬ ପରିବାର ସିଧାସଳଖ ଜମି ବିକ୍ରି କରି କ୍ଷତିପୂରଣ ସହାୟତା ପାଇଛନ୍ତି। ଆହୁରି ୬୫ ପରିବାର ସହମତିରେ ପ୍ରଶାସନକୁ ଜମି ଦେବାକୁ କରିଥିବା ଆବେଦନର କାଗଜପତ୍ର ଯାଞ୍ଚ ଚାଲିଛି ବୋଲି ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri