ଶ୍ରୀମନ୍ଦିର ହୁଣ୍ଡିରେ ନୂଆବର୍ଷ ଭିଡ଼ର ପ୍ରଭାବ: ବାହାରିଲା ୧୧ଲକ୍ଷ ୪୬ ହଜାର ଟଙ୍କା

ପୁରୀ ଅଫିସ, ୨ା୧: ନୂଆବର୍ଷ ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଛି। ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ କାମନା କରିଛନ୍ତି। ଏହାର ପ୍ରଭାବ ଶ୍ରୀମନ୍ଦିର ହୁଣ୍ଡିରେ ବି ପଡ଼ିିଛି। ବୁଧବାର ହୁଣ୍ଡିରୁ ବାହାରିଛି ୧୧ ଲକ୍ଷ ୪୬ ହଜାର ୬୫୦ ଟଙ୍କା। ଏଥିସହ ୨ଗ୍ରାମ୍‌ ୨୪୦ ମିଲିଗ୍ରାମ୍‌ ସୁନା ଏବଂ ୧୧୧ ଗ୍ରାମ୍‌ ୫୦୦ ମିଲିଗ୍ରାମ୍‌ ରୁପା ମିଳିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତମାନେ ଶ୍ରୀମନ୍ଦିର ହୁଣ୍ଡିରେ ଟଙ୍କା, ସୁନା, ରୁପା ଇତ୍ୟାଦି ପକାଇଥାନ୍ତି। କେହି କେହି ମାନସିକ କରି ହୁଣ୍ଡିରେ ବିଭିନ୍ନ ପ୍ରକାର ବସ୍ତ୍ର ମଧ୍ୟ ପକାଇଥାନ୍ତି। ଏହି ଦାନ ଅର୍ଥ ଏବଂ ସୁନା, ଅଳଙ୍କାର ଆଦି ପ୍ରତିଦିନ ସନ୍ଧ୍ୟାରେ ଶ୍ରୀମନ୍ଦିର ବେଢା ପରିସର ଶାଖା କାର୍ଯ୍ୟାଳୟରେ ଗଣତି କରାଯାଇଥାଏ। ପ୍ରତିଦିନ ହୁଣ୍ଡିରୁ କେତେ ଟଙ୍କା ମିଳେ ତାହାକୁ ଶ୍ରୀମନ୍ଦିର ପ୍ରଶାସନ ସର୍ବସାଧାରଣରେ ଅବଗତ କରାଇଥାଏ। ଏପରି କି ଏହି ଗଣତିକୁ ଭକ୍ତମାନେ ସିଧାସଳଖ ଶାଖା କାର୍ଯ୍ୟାଳୟ ବାହାରେ ଲାଗିଥିବା ଏଲ୍‌ଇଡିରେ ଦେଖିଥାନ୍ତି।
ସାଧାରଣ ଦିନଗୁଡ଼ିକରେ ଦେଢଲକ୍ଷରୁ ଦୁଇଲକ୍ଷ ଟଙ୍କା ହୁଣ୍ଡିରୁ ବାହାରିଥାଏ। କିନ୍ତୁ କୌଣସି ପର୍ବପର୍ବାଣି ବା ଛୁଟି ଦିନରେ ଏହି ଟଙ୍କା ପରିମାଣ ବଢିଥାଏ। କିନ୍ତୁ ନିକଟ ଅତୀତରେ ଏତେ ଟଙ୍କା ହୁଣ୍ଡିରୁ ବାହାରି ନ ଥିଲା ବେଳେ ବୁଧବାର ୧୧ଲକ୍ଷ ୪୬ ହଜାର ୬୫୦ ଟଙ୍କା ବାହାରିଛି। ଏହା କିନ୍ତୁ ସର୍ବାଧିକ ହୁଣ୍ଡି ଆୟ ନୁହେଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ପୂର୍ବରୁ ଏହାଠାରୁ ଆହୁରି ଅଧିକ ଟଙ୍କା ମିଳିଥିବା ଶ୍ରୀମନ୍ଦିର କାର୍ଯ୍ୟାଳୟ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri