ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ:ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୯।୧୦: ବୁଧବାର ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥିରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ରତ୍ନ ସିଂହାସନରେ ମହାପ୍ରଭୁ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଠାକୁରଙ୍କ ଏହି ମହାର୍ଗ ବେଶ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ପ୍ରତ୍ୟହ ଅନୁଷ୍ଠିତ ହେବ। ଚଳିତବର୍ଷ ପଞ୍ଚକ ପାଞ୍ଚ ଦିନ ହେବ।
ବୁଧବାର ଥିଲା ଶ୍ରୀମନ୍ଦିରରେ କାର୍ତ୍ତିକ ନୀତିର ପ୍ରଥମ ଦିନ। ଭୋରରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯିବାପରେ ଭିତର ଶୋଧ ହୋଇ ଠାକୁରଙ୍କ ମଙ୍ଗଳ ଆଳତି ହୋଇଥିଲା। ମଇଲମ ଓ ତଡ଼ପଲାଗି ବଢ଼ି ଅବକାଶ ନୀତି ସରିଥିଲା। ଏହା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ରାଇଦାମୋଦର (ରାଧା ଦାମୋଦର) ବେଶରେ ସଜ୍ଜିତ କରିଥିଲେ। ଏହି ବେଶରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଥିବା ବେଳେ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା। ଏଥର ପଞ୍ଚକ ୫ ଦିନ ଅର୍ଥାତ୍ ନଭେମ୍ବର ୮ ତାରିଖରେ ମହାପ୍ରଭୁଙ୍କର କିଆଠିଆ ତଥା ଲକ୍ଷ୍ମୀନାରାୟଣ ବେଶ, ୯ରେ ବାମନ, ୧୦ରେ ତ୍ରିବିକ୍ରମ, ୧୧ରେ ଲକ୍ଷ୍ମୀନୃସିଂହ, ୧୨ରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ଅମାବାସ୍ୟାଠାରୁ କାର୍ତ୍ତିକ ଶୁକ୍ଳ ଏକାଦଶୀ ମଧ୍ୟରେ ସୋମବାର ପଡ଼ିଲେ ମହାପ୍ରଭୁଙ୍କ ହରିହର ବେଶ ହୋଇଥାଏ। ନଭେମ୍ବର ୪ ତାରିଖ ସୋମବାର ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ଠାକୁରଙ୍କର ହରିହର ବେଶ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ବ୍ୟାଙ୍କକ୍‌ରେ ଭୟଙ୍କର ଅଗ୍ନିକାଣ୍ଡ: ୧୮ ମହିଳାଙ୍କ ସମେତ ଜଳିଗଲେ ୨୭

ବ୍ୟାଙ୍କକ୍‌,୧୩ା୭: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ର ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଅତି କମ୍‌ରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ୧୮ ମହିଳାଙ୍କ ସମେତ ୨୭ଜଣ ଜିଅନ୍ତା…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri