ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ: ରାଧାଦାମୋଦର ବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ, ୯ା୧୦: ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି ଅର୍ଥାତ୍‌ ବୁଧବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନସିଂହାସନରେ ରାଧାଦାମୋଦର ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ପଞ୍ଚୁକ ବେଶ କରାଯିବ। କାର୍ତ୍ତିକ ନୀତି ପାଇଁ ଭୋର ୪ଟାରେ ଦ୍ୱାରଫିଟା ଯିବାକୁ ନୀତି ସବ୍‌କମିଟି ବୈଠକରେ ସ୍ଥିର ହୋଇଥିଲା। କିନ୍ତୁ ପୂର୍ବ ରାତିରେ ପହୁଡ଼ ବିଳମ୍ବ ଯୋଗୁ କାର୍ତ୍ତିକ ନୀତିର ପ୍ରଥମ ଦିନରେ ଦେଢଘଣ୍ଟା ବିଳମ୍ବରେ ଅର୍ଥାତ୍‌ ଭୋର ୫ଟା ୩୫ରେ ଶ୍ରୀମନ୍ଦିରର ଦ୍ୱାର ଫିଟାଯାଇଥିଲା। ସକାଳ ୬ଟା ୧୦ରେ ଭିତର ଶୋଧ ହୋଇ ୬ଟା ୧୫ରେ ଠାକୁରଙ୍କ ମଙ୍ଗଳ ଆଳତି ହୋଇଥିଲା। ୭ଟା ୪୦ ସୁଦ୍ଧା ରୋଷହୋମ ଶେଷ ହେବା ପରେ ପୁଷ୍କାଳକ ସେବକମାନେ ମହାପ୍ରଭୁଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଥିଲେ। ୮ଟା ୪୫ରେ ଏହି ବେଶ ସରିଥିଲା। ଏହାପରେ ଅନ୍ୟାନ୍ୟ ନୀତି ବଢି ପୂର୍ବାହ୍ନ ୧୧ଟା ୩୫ରେ ସକାଳ ଧୂପ ହୋଇ ମଧ୍ୟାହ୍ନ ୧୨ଟା ୪୦ରେ ବାଳଧୂପ ହୋଇଥିଲା। ମଧ୍ୟାହ୍ନ ୧୨ଟାରେ ଭୋଗ ମଣ୍ଡପ ଶେଷ ଲାଗି ଧାର୍ଯ୍ୟ ହୋଇଥିବାବେଳେ ଅପରାହ୍ନ ୨ଟା ୪୫ରେ ଭୋଗ ମଣ୍ଡପ ସରିଥିଲା। କାର୍ତ୍ତିକ ନୀତିର ପ୍ରଥମ ଦିନରୁ ଭକ୍ତମାନେ ବିଳମ୍ବରେ ମହାପ୍ରସାଦ ପାଇଥିଲେ।
ଅନ୍ୟପକ୍ଷରେ ମଙ୍ଗଳ ଆଳତି ସମୟରେ ଠେଲାପେଲା ହୋଇଥିଲା। ଜୟ ବିଜୟ ଦ୍ୱାର ଉପରେ ସେବାୟତ ପରିବାରର କେତେଜଣ ମହିଳା ଓ ବୃଦ୍ଧା ବସିଥିଲେ। ଆଳତି ସରିବା ପରେ ହଠାତ୍‌ ନାଟମଣ୍ଡପ ପଟୁ ଭକ୍ତମାନେ ଠେଲାପେଲା ହୋଇ ସେମାନଙ୍କ ଉପରକୁ ମାଡ଼ି ଯାଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ସୁବେଦାର ଯୋଗେଶ ଚନ୍ଦ୍ର ସ୍ବାଇଁ ଭିଡ଼ ଭିତରୁ ୩ଜଣ ବୃଦ୍ଧାଙ୍କୁ ଉଦ୍ଧାର କରିଥିଲେ। ନଚେତ୍‌ ସେଠାରେ ବଡ଼ଧରଣର ଦୁର୍ଘଟଣା ଘଟିଥାନ୍ତା ବୋଲି ଭକ୍ତଙ୍କ ମହଲରେ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri