ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଚୂଡ଼ାନ୍ତ: ସାଢେ ୬ଟାରେ ରାଧାଦାମୋଦର ବେଶ

ପୁରୀ ଅଫିସ, ୪ା୧୦: ଆଶ୍ୱିନ ଶୁକ୍ଲ ଏକଦଶୀ ଅର୍ଥାତ୍‌ ଅକ୍ଟୋବର ୯ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ କାର୍ତ୍ତିକ ମାସ ବାଳ ଧୂପ ନୀତି। ଏହା ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଆଶ୍ୱିନ ଶୁକ୍ଲ ଏକାଦଶୀ (ଅକ୍ଟୋବର ୯)ରୁ ଆରମ୍ଭ ହୋଇ କାର୍ତ୍ତିକ ଶୁକ୍ଲ ଦଶମୀ (ନଭେମ୍ବର ୭) ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାପରେ ୫ଦିନ ଧରି ପଞ୍ଚୁକ ଚାଲିବ। ଶୁକ୍ରବାର ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି।
ଅନ୍ୟପକ୍ଷରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ଦିବା ପହୁଡ଼ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ବିଶେଷକରି ଶନିବାର, ରବିବାର ଏବଂ ସ୍ବତନ୍ତ୍ର ଦିନମାନଙ୍କୁ ବାଦ୍‌ ଦେଇ ଅନ୍ୟଦିନ ଠାକୁରଙ୍କ ଦିବା ପହୁଡ କରାଯିବାକୁ ଆଲୋଚନା ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ରାତ୍ର ୧୨ଟାରେ ପହୁଡ଼ ନୀତି ସମ୍ପନ୍ନ ହୋଇ ଭୋର ୪ଟାରେ ଦ୍ୱାରଫିଟିବ। ସାଢେ ୪ରେ ଭିତର ଶୋଧ କରାଯାଇ ଭୋର ୫ଟାରେ ମଙ୍ଗଳ ଆଳତି କରାଯିବାକୁ ନୀତି ନିର୍ଘଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

କୌଳିକ ବୃତ୍ତିରୁ ମୁହଁ ଫେରେଇଲେଣି ବାଉଁଶ କାରିଗର: ପହଞ୍ଚୁନି ସରକାରୀ ପ୍ରୋତ୍ସାହନ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ):ଅତ୍ୟାଧୁନିକ ଯୁଗ ତଥା ଆଜିର ବିଜ୍ଞାନ ଯୁଗରେ ହାତ ତିଆରି ଜିନିଷ ଅଲୋଡ଼ା ହୋଇ ପଡୁଛି । ପ୍ଲାଷ୍ଟିକର ବହୁଳ ବ୍ୟବହାର ଏବଂ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri