ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୭ା୫: ବୈଶାଖ ଶୁକ୍ଲ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଯାତ ଭୋଗ ସରିବା ପରେ ଠାକୁର ଚନ୍ଦନକୁ ଯାଇଥିଲେ। ଏହାପରେ ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ହୋଇଥିଲା। ଚନ୍ଦନରୁ ଠାକୁର ଫେରିବା ପରେ ହୋମପାଳିଆ ପଣ୍ଡା ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ସିଂହଦ୍ୱାର ଓ ଦୋଳମଣ୍ଡପ ସାହି ଦେଇ ଚକ୍ର ନାରାୟଣ ମନ୍ଦିରକୁ ଯାଇଥିଲେ। ସେଠାରେ ମହାପ୍ରଭୁଙ୍କ ଆଜ୍ଞାମାଳ ଚକ୍ରନାରାୟଣଙ୍କୁ ଲାଗି କରି ଫେରିଥିଲେ। ମହାପ୍ରଭୁଙ୍କ ମଇଲମ ହୋଇ ଆଳତି ବଢିଥିଲା। ପରେ ତିନି ବାଡରେ ଠାକୁରଙ୍କ ପଞ୍ଚାମୃତ ମହାସ୍ନାନ ହୋଇଥିଲା। ସର୍ବାଙ୍ଗ ବଢିବା ପରେ ଠାକୁର ନୂଆ ଲୁଗା ଲାଗି ହୋଇ ୬ ମୂର୍ତ୍ତିି ଅଳଙ୍କାର ଓ ଆଜ୍ଞାମାଳ ମଧ୍ୟ ଲାଗି ହୋଇଥିଲେ। ପାଣି ପଡ଼ି ସନ୍ଧ୍ୟାଧୂପ ନୀତି ବଢିବା ପରେ ମହାଜନ ସେବକ ନୃସିଂହଙ୍କୁ ଦକ୍ଷିଣୀ ଘରୁ ରତ୍ନସିଂହାସନକୁ ବିଜେ କରାଇଥିଲେ। ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଦେବା ପରେ ମହାଜନ ସେବକ ମୁକ୍ତି ମଣ୍ଡପ ଉପରକୁ ନୃସିଂହଙ୍କୁ ଖଟୁଲିରେ ବିଜେ କରାଇଥିଲେ। ନୃସିଂହ ମନ୍ଦିର ଭିତରେ ପତି ମହାପାତ୍ରେ ଏବଂ ମଣ୍ଡପ ଉପରେ ବିଜେ ନୃସିଂହଙ୍କ ପାଖରେ ପଣ୍ଡା ମହାସ୍ନାନ ପୂଜା କରିଥିଲେ। ଶୀତଳଭୋଗ ପଞ୍ଚୋପଚାରରେ ପୂଜା ବଢି ବନ୍ଦାପନା ହୋଇଥିଲା। ମହାଜନେ ନୃସିଂହଙ୍କୁ ହାତରେ ବିଜେ କରାଇ ଆଣି ଝୁଲଣ ମଣ୍ଡପ ତଳେ ଥିବା ବିମାନରେ ବିଜେ କରାଇଥିଲେ। ବିମାନ ବଡୁମାନେ ନୃସିଂହଙ୍କୁ ଶ୍ରୀଜଗନ୍ନାଥ ବଲ୍ଲଭକୁ ବିଜେ କରାଇଥିଲେ । ସେଠାରେ ଭୋଗ ବନ୍ଦପନା ସରିବା ପରେ ଠାକୁର ବାହୁଡା ବିଜେ କରିଥିଲେ। ନୃସିଂହ ବିଜେ କରିବା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଲଟ ଲାଗି ହୋଇ ଅନ୍ୟାନ୍ୟ ନୀତି ବଢିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri