ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌ ଡିସମ୍ବେର ୧୬ ତାରିଖଠାରୁ ଆରମ୍ଭ ହୋଇ ଜାନୁୟାରୀ ୧୪ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟହ ରାତ୍ର ୩ଟାରେ ଦ୍ୱାରଫିଟା, ୩ଟା ୩୦ରେ ଭିତରଶୋଧ, ୩ଟା ୪୫ରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହେବ। ସକାଳ ୬ଟା ୨୦ରୁ ୬ଟା ୫୦ ମଧ୍ୟରେ ପହିଲି ଭୋଗ ନୀତି ବଢିବ। ସକାଳ ୬ଟା ୩୦ରୁ ୯ଟା ସକାଳ ଧୂପ(କେବଳ କୋଠଭୋଗ), ୮ଟା ୪୫ରୁ ୧୦ଟା ୩୦ ଭୋଗମଣ୍ଡପ, ୧୧ଟା ୩୦ରୁ ମଧ୍ୟାହ୍ନ ୧୨ଟା ୩୦ ମଧ୍ୟାହ୍ନ ଧୂପ(କେବଳ କୋଠଭୋଗ), ୧୨ଟା ୧୫ରୁ ଅପରାହ୍ନ ୨ଟା ଦ୍ୱିତୀୟ ଭୋଗ ମଣ୍ଡପ ହୋଇ ଅନ୍ୟାନ୍ୟ ନୀତି ଚାଲିବ। ଅପରାହ୍ନ ୫ଟାରେ ସା ଆଳତି, ସାଢେ ୬ଟାରୁ ରାତି ୮ଟା ସା ଧୂପ, ୯ଟାରେ ଚନ୍ଦନ ଲାଗି, ୧୦ଟାରେ ବଡସିଂହାର ବେଶ, ୧୦ଟା ୩୦ ବଡସିଂହାର ଭୋଗ ଏବଂ ୧୧ଟାରେ ରାତ୍ର ପହୁଡ ନୀତି ସମ୍ପନ୍ନ ଲାଗି ନୀତି ଚୂଡ଼ାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri