ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ

ପୁରୀ ଅଫିସ, ୧୮ା୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲେ। ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମ ଭଦ୍ରମଣ୍ଡଳ ଲେଖିଥିଲେ। ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ଜନ୍ମ ଚକଡ଼ାରେ ବସି ସଂକଳ୍ପ କରିବା ପରେ ବରୁଣ ପୂଜା ହୋଇଥିଲା। ଚିତ୍ରକର ସେବକ ଦେଇଥିବା ଶ୍ରୀକୃଷ୍ଣ ଜନ୍ମପଟି ଓ ବଣିଆଙ୍କଠାରୁ ଆସିଥିବା ୯ ପାଖୁଡ଼ା ବିଶିଷ୍ଟ ରୁପାପଦ୍ମକୁ ପୂଜାପଣ୍ଡା ମଣ୍ଡଳ ଉପରେ ରଖିଥିଲେ। ପଦ୍ମ ପାଖୁଡ଼ାରେ ଦେବକୀ, ବସୁଦେବ, ନନ୍ଦ, ଯଶୋଦା, ଲକ୍ଷ୍ମୀ, ଉଗ୍ରସେନ୍‌, ବଳଭଦ୍ର, ଗାର୍ଗବ ଋଷି ଏବଂ କୃଷ୍ଣ ଲେଖା ଥିଲା। ଏକ ସୁନା କୃଷ୍ଣମୂର୍ତ୍ତି ମଣ୍ଡଳ ଉପରେ ରଖାଯାଇ ୯ଟି ପନ୍ତିିଭୋଗ ବଢ଼ାଯାଇଥିଲା। ପଞ୍ଚ ଉପଚାର ପୂଜା ଓ ଭୋଗ ପରେ ଦକ୍ଷିଣୀ ଘରୁ ମଦନମୋହନଙ୍କୁ ଆଣି ସିଂହାସନ ଉପରେ ବିଜେ କରାଯାଇଥିଲା। ମୁଦିରସ୍ତ ମହାପ୍ରଭୁଙ୍କ ଧଣ୍ଡି ପ୍ରସାଦ ଆଜ୍ଞାମାଳ ଶ୍ରୀମଦନମୋହନଙ୍କୁ ଲାଗି କରାଇଥିଲେ। ମହାଜନ ସେବକମାନେ ଶ୍ରୀମଦନମୋହନଙ୍କୁ ଆଣି ଜନ୍ମଚକଡ଼ାରେ ବିଜେ କରାଇଥିଲେ। ପୂଜାପଣ୍ଡା ଗର୍ଭଉଦକ କର୍ମ କରି ଶୀତଳ ଭୋଗ ଷୋଡ଼ଶ ଉପଚାରରେ ମଣୋହୀ କରିଥିଲେ। ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ବେଶ ହୋଇ ଜନ୍ମ ଚକଡ଼ାରେ ଶ୍ରୀକୃଷ୍ଣ ଜନ୍ମ ନୀତି ସମ୍ପାଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri