ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ

ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଦୀପଦାନ କରିଛନ୍ତି ମହାପ୍ରଭୁ। ସନ୍ଧ୍ୟାଧୂପ ସରିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ସିଂହାସନ ତଳେ ପାଣି ପକାଯିବା ପରେ ଚାଉଳରେ ଗଛ ତିଆରି ହୋଇଥିଲା। ଏହାପରେ ଦକ୍ଷିଣଘରୁ ମଦନମୋହନ ଭିତର ସିଂହାସନକୁ ବିଜେ କରିଥିଲେ। ପ୍ରସାଦ ଲାଗି ପରେ ୩ ଜଣ ପୂଜାପଣ୍ଡା ଚାଉଳ ଗଛକୁ ସଂସ୍କାର କରି ପାଣି ଛଡ଼ାଇଥିଲେ। ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀ ଆଜ୍ଞାମାଳ ପାଇ ଜୟ ବିଜୟ ଦ୍ୱାର ଭିତରପାଖେ ଠିଆ ହୋଇରହିଥିଲେ। ପାଳିଆ ପଢିଆରୀ ଜୟ ବିଜୟ ଦ୍ୱାର ଫିଟାଇ ଥିଲେ। ମହାଜନ ସେବକ ଠାକୁରଙ୍କୁ ଝୁଲଣମଣ୍ଡପ ତଳେ ଥିବା ବିମାନରେ ବିଜେ କରାଇଥିଲେ। ବିମାନବଡୁମାନେ ବିମାନକୁ ଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରାଇଥିଲେ। ସେଠାରେ କାଠ ଭଦ୍ରାସନ ଉପରେ ଠାକୁର ବସିବା ପରେ ଚାଉଳରେ ଗୋଟିଏ ଗଛ ତିଆରି କରାଯାଇ ଦୀପ ବସାଯାଇଥିଲା। ମୁଦିରସ୍ତ ପ୍ରସାଦ ଲାଗି କଲା ପରେ ପୂଜାପଣ୍ଡା ଗଛକୁ ସଂସ୍ଥାର କରି ପାଣି ଛଡ଼ାଇଥିଲେ। ବନ୍ଦାପନା ସରିବା ପରେ ଠାକୁର ବଡଦେଉଳକୁ ବିଜେ କରିଥିଲେ। ଏହି ଅବସରରେ ଠାକୁରଙ୍କ ଶ୍ରାଦ୍ଧ ବେଶ ହୋଇଥିଲା। ମହାପ୍ରଭୁ ଶ୍ରାଦ୍ଧ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ସୂଚନାଯୋଗ୍ୟ, ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି ମାର୍ଗଶିର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଏବଂ ଶୁକ୍ଲ ପ୍ରତିପଦା ତିନିଦିନ ଧରି ପାଳିତ ହୋଇଥାଏ। ଚତୁର୍ଦ୍ଦଶୀରେ ଠାକୁର ଅଦିତି ଓ କଶ୍ୟପଙ୍କୁ, ଅମାବାସ୍ୟାରେ କୌଶଲ୍ୟା ଓ ଦଶରଥଙ୍କୁ ଶ୍ରାଦ୍ଧ ଦେଇଥିବାବେଳେ ମାର୍ଗଶିର ଶୁକ୍ଳ ପ୍ରତିପଦା ଅର୍ଥାତ୍‌ ବୁଧବାର ନନ୍ଦ ଓ ଯଶୋଦା, ବସୁଦେବ ଓ ଦେବକୀ, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଶ୍ରାଦ୍ଧ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri