ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ ପୋଲିସ ତତ୍ପର ହୋଇଉଠିଛି। ଶ୍ରୀମନ୍ଦିର ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ଗୁରୁବାର ପୁରୀ ଏସ୍‌ପି ଉମାଶଙ୍କର ଦାଶ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ତନ୍ନତନ୍ନ କରି ଯାଞ୍ଚ କରିଛନ୍ତି।
ଶ୍ରୀମନ୍ଦିର ପରିସରରେ ଲାଗିଥିବା ସିସିଟିଭି ଯାଞ୍ଚ କରିବା ସହ ସୁରକ୍ଷା ଦାୟିତ୍ୱରେ ରହୁଥିବା ପୋଲିସ ଅଧିକାରୀଙ୍କ ସହ ଏସ୍‌ପି ଆଲୋଚନା କରିଛନ୍ତି। ଚାରିଦ୍ୱାରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଡ୍ୟୁଟିରେ ରହୁଥିବା ପୋଲିସ କର୍ମଚାରୀମାନେ ନିଜ ସ୍ଥାନ ଛାଡ଼ି କୁଆଡ଼େ ଯିବେ ନାହିଁ। ସେହିପରି ଡ୍ୟୁଟି ସରିବାପରେ ଅନ୍ୟ ଜଣେ ଡ୍ୟୁଟିକୁ ନ ଆସିବା ପର୍ଯ୍ୟନ୍ତ ନିଜ ସ୍ଥାନ ଛାଡ଼ିବେ ନାହିଁ। ଶ୍ରୀମନ୍ଦିର ଚାରିପଟେ କୌଣସି ସନ୍ଦିଗ୍ଧ ବ୍ୟକ୍ତିବିଶେଷ ବୁଲୁଥିବା ନଜରକୁ ଆସିଲେ ତୁରନ୍ତ ଉପରିସ୍ଥ ଅଧିକାରୀଙ୍କୁ ସୂଚନା ଦେବାକୁ ଏସ୍‌ପି ତାଗିଦ୍‌ କରିଛନ୍ତି। ଏ ସମ୍ପର୍କରେ ଏସ୍‌ପି ଦାଶ କହିଛନ୍ତି, ଶ୍ରୀମନ୍ଦିରରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ରହିଛି। ନିୟମିତ ବ୍ୟବଧାନରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଇଥାଏ। ଏହା ଏକ ରେଗୁଲାର ପ୍ରୋସେସ୍‌। ଶ୍ରୀମନ୍ଦିରରେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ଅଥବା ଅଘଟଣକୁ ଏଡ଼ାଇବା ଲାଗି ପୁରୀ ପୋଲିସ ପ୍ରସ୍ତୁତ ରହିଛି। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କୋଷ୍ଟଗାର୍ଡ ଦ୍ୱାରା ପାଟ୍ରୋଲିଂ ଚାଲିଛି। ସହରକୁ ପ୍ରବେଶ କରୁଥିବା ଯାନବାହନର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ରିପୋର୍ଟ ସମ୍ପର୍କରେ ଅଧିକ କିଛି କହିବାକୁ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri