ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀକୁ ସରକାରୀ ଛୁଟି ଘୋଷଣା ଲାଗି ଦାବିପତ୍ର

ବାରିପଦା ଅଫିସ,୧୮ା୧୨- ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ସହ ଭାଷା ଭିତ୍ତିକ ଉତ୍କଳ ପ୍ରଦେଶ ଗଠନରେ ମୟୂରଭଞ୍ଜ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ଅବଦାନ ଅତୁଳନୀୟ। ଏହା ସହିତ ରାଜ୍ୟବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ କଟକରେ ଏସସିବି ମେଡିକାଲ କଲେଜର ପ୍ରତିଷ୍ଠା ସହ ଉଚ୍ଚ ଶିକ୍ଷାର ପ୍ରଚାର ଓ ପ୍ରସାର ପାଇଁ କଟକ ରେଭେନ୍ସା କଲେଜ ପ୍ରତିଷ୍ଠା ଲାଗି ମୟୂରଭଞ୍ଜ ରାଜକୋଷରୁ ଦାନ କରି ସେ ସମଗ୍ର ରାଜ୍ୟ ପାଇଁ ଅନନ୍ୟ ଉଦାହରଣ ପାଲଟିଛନ୍ତି। ତେବେ ଏହି ମହାନ୍‌ ବ୍ୟକ୍ତିତ୍ୱଙ୍କ ସ୍ମୃତିି ଉଦ୍ଦେଶ୍ୟରେ ରାଜ୍ୟ ସରକାର କୌଣସି ସ୍ବତନ୍ତ୍ର ପଦକ୍ଷେପ ନେଇ ନାହାନ୍ତି। ମଙ୍ଗଳବାର ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୪୯ ତମ ଜୟନ୍ତୀ ଅବସରରେ ମୟୂରଭଞ୍ଜ ଜିଲାର ଅଣରାଜନୈତିକ ସଂଗଠନ ଭଞ୍ଜ ସେନା ପକ୍ଷରୁ ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିବାକୁ ଦାବି କରାଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲାପାଳ ବ୍ରଜବନ୍ଧୁ ଭୋଳଙ୍କୁ ସାକ୍ଷାତ କରି ତାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ଏକ ଦାବିପତ୍ର ପଠାଇଛନ୍ତି। ଏହି ପ୍ରତିନିଧି ଦଳରେ ସଂଯୋଜକ ରାକେଶ କୁମାର ବେହେରା, ସାଧାରଣ ସମ୍ପାଦକ ମାନସ କୁମାର ବେହେରା, ମୁଖପାତ୍ର ଜ୍ୟୋତିରଞ୍ଜନ ପୃଷ୍ଟି, ଉପସଭାପତି ପ୍ରଶାନ୍ତ ମହାକୁଡ଼, ଅମରେଶ ସିଂ, ମୁକ୍ତି ଦତ୍ତ, ଅଭିଷେକ ମହାପାତ୍ର, ପଙ୍କଜ କରଣ, ସନାତନ ସାହୁ, ରାକେଶ ମହାନ୍ତି, ଜିତୁ ଶିବାନନ୍ଦ, ସେଖ ରାଜା ଖାନ, ସୌମ୍ୟରଞ୍ଜନ ମିଶ୍ର, ଅଭିନାଶ ଦାସ ପ୍ରମୁଖଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri