ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦ ଛାଡ଼ିବାକୁ ମନାକଲେ ହାଥୁରାସିଙ୍ଘେ

କଲମ୍ବୋ,୮।୭(ଏଏଫ୍‌ପି)- ବାହାର ଚାପ ସତ୍ତ୍ୱେ ଚନ୍ଦିକା ହାଥୁରାସିଙ୍ଘେ ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି। ବିଶ୍ୱର ୯ମ ର଼୍ୟାଙ୍କ୍‌ ଦଳ ଭାବେ ଅଭିଯାନ ଆରମ୍ଭ କରିଥିବା ଶ୍ରୀଲଙ୍କା ବିଶ୍ୱକପ୍‌ରେ ୬ଷ୍ଠ ସ୍ଥାନରେ ରହିଥିଲା। ଶୀର୍ଷ ର଼୍ୟାଙ୍କ୍‌ଧାରୀ ଇଂଲଣ୍ଡ ସମେତ ୩ ପ୍ରତିଦ୍ୱନ୍ଦ୍ୱୀଙ୍କୁ ଶ୍ରୀଲଙ୍କା ପରାସ୍ତ କରିଥିଲା। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ହାଥୁରାସିଙ୍ଘେଙ୍କ ପ୍ରଦର୍ଶନରେ ଶ୍ରୀଲଙ୍କା କ୍ରୀଡ଼ାମନ୍ତ୍ରୀ ହାରିନ ଫର୍ନାଣ୍ଡୋ ଖୁସି ନୁହନ୍ତି। ଏଥିଯୋଗୁ ସେ ପଦତ୍ୟାଗ କରିବା ଉଚିତ। କିନ୍ତୁ ସ୍ବଦେଶ ଫେରିବା ପରେ କହିଥିଲେ, ଦଳ ଆଶାନୁଯାୟୀ ପ୍ରଦର୍ଶନ କରିପାରିନାହିଁ। କିନ୍ତୁ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବି। ଚୁକ୍ତି ଭିତ୍ତିରେ ମୋର ଆହୁରି ୧୬ ମାସ ବାକି ଅଛି। ଶ୍ରୀଲଙ୍କା ଦଳ ସେମିଫାଇନାଲକୁ ଯୋଗ୍ୟତା ଅର୍ଜନ କରିପାରିନାହିଁ। ଏଥିଲାଗି ସମ୍ପୂର୍ଣ୍ଣ ମ୍ୟାନେଜମେଣ୍ଟ ଦାୟୀ। ଏଭଳି ପ୍ରଦର୍ଶନରୁ ଆମକୁ ଶିକ୍ଷା ନେଇ ଆଗକୁ ବଢ଼ିବାର ଅଛି। ଭାବୁଛି, ମୋ ଦକ୍ଷତା ଅନୁଯାୟୀ କାର୍ଯ୍ୟ କରିଛି। ଅନ୍ୟପକ୍ଷରେ ଯଦି ମୁଖ୍ୟ କୋଚ୍‌ ପଦ ଛାଡ଼ିବାକୁ ଚାହୁଁ ନାହାନ୍ତି, ଆମେ ତାଙ୍କୁ ବାଧ୍ୟ କରିପାରିବା ନାହିଁ। ପରନ୍ତୁ ଆମେ ତାଙ୍କ ଉପରେ ଦାୟିତ୍ୱ ଦେଇପାରିବା ବୋଲି ଫର୍ନାଣ୍ଡୋ କହିଛନ୍ତି। ଶ୍ରୀଲଙ୍କା କ୍ରିକେଟ ସଙ୍କଟରେ ପଡ଼ିଥିବାବେଳେ ୨୦୧୭ ଡିସେମ୍ବରରେ ହାଥୁରାସିଙ୍ଘେ ମୁଖ୍ୟ କୋଚ୍‌ ଦାୟିତ୍ୱ ନେଇଥିଲେ। ଏଥିପୂର୍ବରୁ କୋଚ୍‌ ଭାବେ ତାଙ୍କ କାର୍ଯ୍ୟକାଳରେ ବାଂଲାଦେଶ ଟେଷ୍ଟରେ ଅଷ୍ଟ୍ରେଲିଆ ଓ ଇଂଲଣ୍ଡକୁ ହରାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

ବିଳମ୍ବ ହୋଇପାରେ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ? ଭାରତର ଆୟରଲ୍ୟାଣ୍ଡ ଗସ୍ତକୁ ନେଇ ଲାଗି ରହିଛି ଅନିଶ୍ଚିତତା…

ନୂଆଦିଲ୍ଲୀ,୧୨।୬: ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଏହି ୧୫ ବର୍ଷୀୟ ବିସ୍ଫୋରକ ବ୍ୟାଟସମ୍ୟାନଙ୍କ ଅନ୍ତର୍ଜାତୀୟ ଡେବ୍ୟୁ ପାଇଁ ଯେଉଁମାନେ ଉତ୍ସାହର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri