Posted inଜାତୀୟ

ଶ୍ରୀଲଙ୍କା ବିସ୍ଫୋରଣ: ଦୁଇ ବିସ୍ଫୋରଣକାରୀ କୋଟିପତି ବ୍ୟବସାୟୀଙ୍କ ପୁଅ

ନୂଆଦିଲ୍ଲୀ,୨୪ା୪: ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଥିବା ଦୁଇ ଆତ୍ମଘାତୀ ବିସ୍ଫୋରଣକାରୀଙ୍କ ସମ୍ପର୍କରେ ସୂଚନା ମିଳିଛି। ଏହି ଦୁଇଜଣ କୋଟିପତି ବ୍ୟବସାୟୀ ମହମ୍ମଦ ୟୁସୁଫ ଇବ୍ରାହିମଙ୍କ ପୁଅ ବୋଲି ଜଣାପଡିଛି। ଶ୍ରୀଲଙ୍କାରେ ଜଣାଶୁଣା ମସଲା ବ୍ୟବସାୟୀ ତଥା ବାମପନ୍ଥୀ ଜନତା ବିମୁକ୍ତି ପେରାମୁନା ପାର୍ଟିର ବରିଷ୍ଠ ନେତା ଇବ୍ରାହିମଙ୍କ ବଡପୁଅ ଇମ୍‌ସାତ ଅହମ୍ମଦ ଇବ୍ରାହିମ(୩୩) ଓ ଇହ୍ଲାମ ଅହମ୍ମଦ ଇବ୍ରାହିମ(୩୧) ଏଥିରେ ସମ୍ପୃକ୍ତ ଥିବା ଗୋଇନ୍ଦା ରିପୋର୍ଟରୁ ଜଣାପଡିଛି। ଦେମାତାଗୋଡାରେ ପରିବାର ସହ ତିନି ମହଲା ବିଳାସପୂର୍ଣ୍ଣ ଘରେ ରହୁଥିବା ଏହି ଦୁଇଭାଇ ଚିନ୍ନାମୋନ ଗ୍ରାଣ୍ଡ ଓ ଶାଙ୍ଗରୀ-ଲା ହୋଟେଲରେ ଆତ୍ମଘାତୀ ବିସ୍ଫୋରଣ କରିଥିଲେ ବୋଲି ଜଣାପଡିଛି। ବିସ୍ଫୋରକ ବୋଝେଇ ବ୍ୟାଗ୍‌ ସହ ସେମାନେ ପ୍ରଥମେ ହୋଟେଲର ବ୍ରେକ୍‌ଫାଷ୍ଟ ବଫେଟରେ ପଶିଥିଲେ ବୋଲି ଭାରତୀୟ ଗୋଇନ୍ଦା ବିଭାଗ ରିପୋର୍ଟରେ ଦର୍ଶାଯାଇଛି। ଏହି ଗୋଷ୍ଠୀର ତୃତୀୟ ବ୍ୟକ୍ତି କିଙ୍ଗ୍ସବରୀ ହୋଟେଲରେ ବିସ୍ଫୋରଣ କରିଥିଲେ। ଚତୁର୍ଥ ଆତ୍ମଘାତୀ ବିସ୍ଫୋରକ ପୋଲିସ ସହ ଯୁକ୍ତିତର୍କ କରିବା ପରେ ସାଙ୍ଗ୍ରି-ଲା ହୋଟେଲରେ ବିସ୍ଫୋରଣ କରିଥିଲା। ପ୍ରକାଶଥାଉ କି ଶ୍ରୀଲଙ୍କା ରାଷ୍ଟ୍ରପତି ଓ ଶିଳ୍ପମନ୍ତ୍ରୀଙ୍କ ସହ ମହମ୍ମଦ ୟୁସୁଫ ଇବ୍ରାହିମଙ୍କ ଭଲ ସମ୍ପର୍କ ଥିଲା। ଏତେବଡ କୋଟିପତି ବ୍ୟବସାୟୀଙ୍କ ପୁଅ ହୋଇ ଏଭଳି ବିସ୍ଫୋରଣ କରିବା ପଛରେ କ’ଣ ରହସ୍ୟ ରହିଛି, ତାହା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri