Posted inଖେଳ

ଶ୍ରୀଲଙ୍କା ଲାଗି କର ବା ମର ସ୍ଥିତି

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଗାଣିତିକ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଶ୍ରୀଲଙ୍କାର ସେମିଫାଇନାଲ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି। ସୋମବାର ଶ୍ରୀଲଙ୍କା ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ସେମି ଦୌଡ଼ାରୁ ବାଦ୍‌ ପଡିସାରିଥିବା ଓ୍ବେଷ୍ଟଇଣ୍ଡିଜକୁ ଭେଟିବ। ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଡରେ ଟୁର୍ନାମେଣ୍ଟର ୩୯ତମ ମ୍ୟାଚ୍‌ରେ ଏହି ଦୁଇ ଦଳ ମୁହଁାମୁହିଁ ହେବେ। ଓ୍ବେଷ୍ଟଇଣ୍ଡିଜ ସେମି ଦୌଡ଼ରୁ ବାଦ୍‌ ପଡିସାରିଥିବାରୁ ଶ୍ରୀଲଙ୍କା ପାଇଁ ଅଧିକ ଗୁରୁତ୍ୱ ବହନ କରୁଛି। ସେମି ଆଶା ଉଜ୍ଜୀବିତ ରଖିବାକୁ ହେଲେ ଶ୍ରୀଲଙ୍କାକୁ ଏହି ମ୍ୟାଚ୍‌ ଜତିବା ଅପରିହାର୍ଯ୍ୟ ହୋଇ ପଡିଛି। ଫଳରେ ଶ୍ରୀଲଙ୍କା କର ବା ମର ପରିସ୍ଥିତିର ସମ୍ମୁଖୀନ ହୋଇଛି। ଇଂଲଣ୍ଡକୁ ୨୦ ରନରେ ପରାସ୍ତ କରିବା ପରେ ଅସ୍ଥିର ପ୍ରଦର୍ଶନ କରିଆସୁଥିବା ଶ୍ରୀଲଙ୍କାକୁ ବଳ ମିଳିଛି। ତେବେ ଏହାର ପରବର୍ତ୍ତୀ ମ୍ୟାଚ୍‌ରେ କିନ୍ତୁ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହୋଇଥିଲା। ଫଳରେ ଶ୍ରୀଲଙ୍କାର ସେମିଫାଇନାଲ ଆଶାକୁ ଶକ୍ତି ଧକ୍କା ଲାଗିଥିଲା।
୧୯୯୬ରେ ବିଶ୍ୱକପ୍‌ ଟାଇଟଲ ହାସଲ କରିଥିବା ଶ୍ରୀଲଙ୍କା ଟୁର୍ନାମେଣ୍ଟରେ ଏପର୍ଯ୍ୟନ୍ତ ୭ଟି ମ୍ୟାଚ୍‌ ଖେଳି ୨ ବିଜୟ, ୩ ପରାଜୟ ସହ ଓ ୨ଟି ବିନା ଫଳାଫଳ ସହ ୬ ପଏଣ୍ଟ ପାଇ ସପ୍ତମ ସ୍ଥାନରେ ରହିଛି। ତେଣୁ ଶ୍ରୀଲଙ୍କାକୁ ତା’ର ବାକିଥିବା ୨ଟି ମ୍ୟାଚ୍‌ରେ ବିଜୟୀ ହେବାକୁ ପଡିବ। କେବଳ ସେତିକି ନୁହଁ ଇଂଲଣ୍ଡ ଓ ପାକିସ୍ତାନ ମ୍ୟାଚ୍‌ଗୁଡିକ ଫଳାଫଳ ଉପରେ ମଧ୍ୟ ଶ୍ରୀଲଙ୍କାର ଭାଗ୍ୟ ନିର୍ଜର କରିବ। ଦକ୍ଷିଣ ଆଫ୍ରିକାଠାରୁ ୯ ଉଇକେଟରେ ପରାସ୍ତ ହେବା ପରେ ଶ୍ରୀଲଙ୍କାର ବ୍ୟାଟିଂ ଦୁର୍ବଳତା ପୁଣିଥରେ ପଦାରେ ପଡିଛି। ଓ୍ବେଷ୍ଟଇଣ୍ଡିଜର ବୋଲି ଉଚ୍ଚକୋଟୀର ହୋଇଥିବାରୁ ଅଧିନାୟକ ଦୁମୁଥ କରୁଣାରତ୍ନେ ଦଳର ବ୍ୟାଟିଂ ପ୍ରଦର୍ଶନରେ ସୁଧାର ଆଣିବାକୁ ପ୍ରୟାସ କରିବେ। କେବଳ ସେତିକ ନୁହଁ ବୋଲିଂରେ ମଧ୍ୟ ଶ୍ରୀଲଙ୍କାକୁ ସୁଧାର ଆଣିବାକୁ ପଡିବ। ଚିକେନ ଫକ୍ସ କାରଣରୁ ଦ୍ରୁତ ବୋଲର ନୂଆନ ପ୍ରଦୀପ ଦଳରୁ ବାଦ୍‌ ପଡିଛନ୍ତି। ଅଭିଜ ଲସିଥ ମାଲିଙ୍ଗା ନେତୃତ୍ୱରେ ଶ୍ରୀଲଙ୍କା ବୋଲିଂ ବିଭାଗ ଚମକ ଦେଖାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’

ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ…

ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri