Posted inଖେଳ

ଶ୍ରୀଲଙ୍କାର ସହଜ ବିଜୟ

ହରାରେ, ୨୪ା୧ (ଏଏଫ୍‌ପି)- ଜିମ୍ବାଓ୍ବେ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଶ୍ରୀଲଙ୍କା ୧୦ ଉଇକେଟରେ ବିଜୟ ଲାଭ କରିଛି। ଶ୍ରୀଲଙ୍କାର ସୁରଙ୍ଗ ଲକମଲ ୨୭ ରନ ବିନିମୟରେ ପ୍ରଥମ ୪ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରି ଘରୋଇ ଦଳର ବିପର୍ଯ୍ୟୟ ଘଟାଇଥିଲେ। ଗୁରୁବାର ପୂର୍ବଦିନର ଦ୍ୱିତୀୟ ଇନିଂସ ଅସମାପ୍ତ ସ୍କୋର ୩୦/୦ରୁ ଖେଳ ଆରମ୍ଭ କରିଥିଲା। ଭ୍ରମଣକାରୀ ଦଳକୁ ଆଉଥରେ ବ୍ୟାଟିଂ କରାଇବାକୁ ହେଲେ ଦଳ ଅତି କମ୍‌ରେ ୧୫୭ ରନ ଆବଶ୍ୟକ କରୁଥିଲା। ଲକମଲଙ୍କ ଚମତ୍କାର ବୋଲିଂ ଯୋଗୁ ଜିମ୍ବାଓ୍ବେ ଶୀଘ୍ର ଉଇକେଟ ହରାଇଥିଲା। ମଧ୍ୟାହ୍ନ ଭୋଜନ ସୁଦ୍ଧା ଦଳର ସ୍କୋର ୧୨୦/୩ ରହିଥିଲା। ଲକମଲ ପୁଣି ବ୍ରେଣ୍ଡନ ଟେଲର (୩୮)ଙ୍କ ଉଇକେଟ ନେବା ସହ ଜିମ୍ବାଓ୍ବେ ବ୍ୟାଟିଂରେ ଅଙ୍କୁଶ ଲାଗିଥିଲା। ଦଳ ୧୭୦ ରନରେ ଅଲଆଉଟ ହୋଇଯାଇଥିଲା। ମ୍ୟାଚ ଜିତିବା ପାଇଁ ଶ୍ରୀଲଙ୍କା ମାତ୍ର ୧୪ରନ ଆବଶ୍ୟକ କରୁଥିଲା। ଦୁଇ ଓପନର ଓସାଡା ଫର୍ନାଣ୍ଡୋ ଏବଂ ଦିମୁଥ କରୁଣାରତ୍ନେ ବିନା କ୍ଷତିରେ ମାତ୍ର ୩ ଓଭରରେ ବିଜୟ ଲକ୍ଷ୍ୟ ଅତିକ୍ରମ କରିଯାଇଥିଲେ।
ସଂକ୍ଷିପ୍ତ ସ୍କୋର
ଜିମ୍ବାଓ୍ବେ ପ୍ରଥମ ଇନିଂସ: ୩୫୮
ଶ୍ରୀଲଙ୍କା ପ୍ରଥମ ଇନିଂସ: ୫୧୫
ଜିମ୍ବାଓ୍ବେ ଦ୍ୱିତୀୟ ଇନିଂସ: ୧୭୦
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୧୪/୦


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri