ଶ୍ରୀଲିଙ୍ଗରାଜ ମାର୍କେଟରେ ସାମାଜିକ ଦୂରତ୍ୱ ଅମାନ୍ୟ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କୁ ସଚେତନ କରିବାରେ ଲାଗିପଡିଛି। ହେଲେ ହାଟଗୁଡିକରେ ସାମାଜିକ ଦୂରତ୍ୱକୁ ବ୍ୟବସାୟୀ ଓ ଲୋକେ ଅମାନ୍ୟ କରି ଗହଳି କରୁଛନ୍ତି। ବିଏମ୍‌ସି ରାଜଧାନୀର ମୁଖ୍ୟ ହାଟକୁ ୬୮ ଭାଗରେ ବିଭକ୍ତ କରି ସହରର ବିଭିନ୍ନ ସ୍ଥାନରେ ଅସ୍ଥାୟୀ ମାର୍କେଟ ଖୋଲିଛି। ପ୍ରତ୍ୟେକ ଦିନ ଶ୍ରୀଲିଙ୍ଗରାଜ ମାର୍କେଟରେ ପୁରୁଣା ଭୁବନେଶ୍ୱରର ଲୋକେ ଓ ବ୍ୟବସାୟୀମାନେ ଖୋଲାଖୋଲି ଭାବେ ସାମାଜିକ ଦୂରତ୍ୱ ନିୟମକୁ ଉଲ୍ଲଂଘନ କରୁଛନ୍ତିି। ଏଭଳି ଅସାବଧାନତା କରୋନା ସଂକ୍ରମଣକୁ ପ୍ରୋତ୍ସାହନ ଦେବ ବୋଲି ଆଶଙ୍କା ପ୍ରକାଶ ପାଇଛି। ଶ୍ରୀଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସର ପାର୍କିଂ ସ୍ଥଳରେ ବିଏମ୍‌ସି ଦ୍ୱାରା ଅସ୍ଥାୟୀ ମାର୍କେଟ କରାଯାଇଛି। ଉକ୍ତ ମାର୍କେଟରେ ସାମାଜିକ ଦୂରତ୍ୱ ପାଳନ ହେଉଛି କି ନାହିଁ ସେନେଇ ଯାଞ୍ଚ କରିବାକୁ ଜଣେ ଲେଖାଏ ନୋଡାଲ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ସମ୍ପୃକ୍ତ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଗହଳି ପରିଲକ୍ଷିତ ହେଉଛି। ଏ ସମ୍ପର୍କରେ ବିଏମ୍‌ସି ଆଡିଶନାଲ କମିଶନର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ପଚାରିବାରେ ଯଦି ଏପରି ହେଉଥିବ, ତାହା ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମ୍ପୃକ୍ତ ବ୍ୟବସାୟୀଙ୍କଠାରୁ ଜରିମାନା ଆଦାୟ ସହ ଟ୍ରେଡ୍‌ ଲାଇସେନ୍ସକୁ ରଦ୍ଧ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri