ଶ୍ରୀଲିଙ୍ଗରାଜଙ୍କ ଜମିରେ ବେଆଇନ ନିର୍ମାଣ

ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ଓ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ବିରାଟ ଯୋଜନା କାର୍ଯ୍ୟ କରିବାକୁ ସମସ୍ତ ବିଭାଗ ମିଳିତ ଭାବେ କାମ କରୁଛନ୍ତି। ହେଲେ କେତେଜଣ ଜବରଦଖଲକାରୀ, ଅବୈଧ ନିର୍ମାଣକାରୀଙ୍କ ଯୋଗୁ ଅଧିକାରୀଙ୍କ ପାରିବା ପଣିଆ ପଦାରେ ପଡିଛି। କିଛିଦିନ ମଧ୍ୟରେ ସବୁକିଛି ବଦଳି ଯିବା ପରି ମନେହୁଏ। ପୂର୍ବରୁ ଶ୍ରୀଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ କେତେକ ସ୍ଥାନରେ ନିର୍ମାଣ ଉପରେ ରୋକ ଲଗାଇ ପୋଲିସ ସହଯୋଗରେ ଏହା ଶ୍ରୀଲିଙ୍ଗରାଜଙ୍କ ସମ୍ପତ୍ତି ବୋଲି ବୋର୍ଡ ଲଗାଇଥିଲେ। ମାତ୍ର ଅଧିକାରୀ ସବୁ ବିଭିନ୍ନ ମାପ ଚୁପ ଓ ସର୍ଭେ କାର୍ଯ୍ୟରେ ବ୍ୟସ୍ତ ରହୁଥିବାରୁ ଅବୈଧ ନିର୍ମାଣକାରୀ ସକ୍ରିୟ ହୋଇ ଉଠିଛନ୍ତି । କାର୍ଯ୍ୟନିର୍ବାହୀ ଅଧିକାରୀ ରାଜାରାଣୀ ମୌଜାର ଖାତା ନଂ. ୬୦୪/୨୪୯ ର ପ୍ଲଟ ନଂ. ୮୬୯ ଓ ୮୭୦ ଉପରେ ଅବୈଧ ନିର୍ମାଣ ବନ୍ଦ କରାଇବା ସଙ୍ଗେ ସଙ୍ଗେ ଏଠାରେ ନୋଟିସ ମାରିଥିଲେ। ବର୍ତ୍ତମାନ ନୂତନ ଭାବେ ଓଏଏସ୍‌ ଅଧିକାରୀ ପ୍ରସନ୍ନ କୁମାର ଦାସ ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଯୋଗଦେବା ପରେ ହଠାତ୍‌ ବିଭିନ୍ନ ଜବରଦଖଲକାରୀ ଓ ବିଲଡର ପୂର୍ବପରି ଅବୈଧ ନିର୍ମାଣ ଆରମ୍ଭ କରି ଦେଇଛନ୍ତି। ଏଣୁ କେବଳ ବୋର୍ଡ ମାରିବା ବ୍ୟତୀତ ଏସବୁ ଅବୈଧ ଦଖଲ ଜମିକୁ ବିଦ୍ୟୁତ୍‌, ପାଣି, ରାସ୍ତା ଭଳି ମୌଳିକ ସୁବିଧା ଦିଆ ନ ଗଲେ ଜବରଦଖଲ ହେବନାହିଁ ବୋଲି ବୁଦ୍ଧିଜୀବୀ ମହଲରେ ଦାବି ହେଉଛି। ଏଣୁ ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏକାମ୍ର ବିକାଶ କାର୍ଯ୍ୟରେ ସରକାରଙ୍କୁ ସହଯୋଗ କରିବା ସଙ୍ଗେ ସଙ୍ଗେ ଠାକୁରଙ୍କ ସମ୍ପତ୍ତି ରକ୍ଷଣା ବେକ୍ଷଣ ପ୍ରତି ଦୃଷ୍ଟି ଦେବାକୁ ମତପ୍ରକାଶ ପାଇଛି। ଏ ନେଇ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ୍ତ କୁମାର ସାହୁଙ୍କୁ ପଚାରିବାରେ ଅଭିଯୋଗ ପରେ ଅବୈଧ ନିର୍ମାଣ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri