ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌

ପୁରୁଣା ଭୁବନେଶ୍ୱର, ୨୨।୯ (ଡି.ଏନ.ଏ.): ଭୁବନେଶ୍ୱର ଗସ୍ତ ଅବସରରେ ଇସ୍ରୋର ଅଧ୍ୟକ୍ଷ ଡ. କେ. ଶିବନ ଶନିବାର ସନ୍ଧ୍ୟାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି। ସନ୍ଧ୍ୟା ସାଢେ ୬ଟାରେ ଲିଙ୍ଗରାଜ ମନ୍ଦିର ମୁଖଶାଳାଠାରେ ପହଞ୍ଚତ୍ବା ପରେ ତାଙ୍କୁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କର ଦର୍ଶନ କରିବା ସହ ପାର୍ଶ୍ୱ ଦେବଦେବୀଙ୍କୁ ମଧ୍ୟ ଦର୍ଶନ କରିଥିଲେ। ଏହି ଅବସରରେ ସେ ମନ୍ଦିରର କଳା, କାରୁକାର୍ଯ୍ୟ, ଐତିହ୍ୟ ଓ କୀର୍ତ୍ତିରାଜି ସମ୍ବନ୍ଧରେ ତାଙ୍କୁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଧିକାରୀ ପ୍ରଦୀପ କୁମାର ସାହୁ ଅବଗତ କରାଇଥିଲେ। ଆଜିର ପାଳିଆ ସେବାୟତମାନେ ତାଙ୍କୁ ଶ୍ରୀଲିଙ୍ଗରାଜ ଓ ମା’ ପାର୍ବତୀଙ୍କ ନିକଟରେ ପହଞ୍ଚାଇ ପୂଜାର୍ଚ୍ଚନା କରାଇଥିଲେ। ମନ୍ଦିର ବାହାରେ ସେ ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା ଶତାଧିକ ଶ୍ରଦ୍ଧାଳୁ ଓ ସେବାୟତଙ୍କୁ ତାଙ୍କର ଜୟଗାନ କରିଥିଲେ। ଭାରତ ମହାଶୂନ୍ୟ ଓ ରକେଟ ଗବେଷଣା କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଇସ୍ରୋ ବିଶ୍ୱରେ ପ୍ରଥମ ସ୍ଥାନ ଅଧିକାର କରୁ ବୋଲି ଉପସ୍ଥିତ ଶ୍ରଦ୍ଧାଳୁ ଶ୍ରୀଲିଙ୍ଗରାଜଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଏହି ଅବସରରେ ଅତିରିକ୍ତ ଜିଲାପାଳ ଅରୁଣ ବେହେରା ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସମେତ ସମସ୍ତ ସେବାୟତ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ...

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର...

ପୁରୀ ସାହିଯାତରେ ପ୍ରଚାରକଲେ ନେତା

ପୁରୀ,୨୮ା୪(ଅଜିତ୍‌ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ...

ସମସ୍ୟା ଘେରରେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ଟାଙ୍ଗୀ,୨୮ା୪(ରଘୁନାଥ ସାହୁ)ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ୨୬ ପଞ୍ଚାୟତ, ଚିଲିକା ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତ ଓ ରଣପୁର ବ୍ଲକ ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri