ଶ୍ରୀସେତୁ ପାଇଁ ଚାଲିଛି ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୨।୧୨: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଠିଆ କରିବାକୁ ଦୀର୍ଘମିଆଦୀ ରୋଡ୍‌ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ ରାସ୍ତା, ସେତୁ, ପାର୍କିଂ ଆଦିର ପରିକଳ୍ପନା କରାଯାଇଛି। ଏଥିମଧ୍ୟରେ ରହିଛି ଶ୍ରୀ ସେତୁ ପ୍ରକଳ୍ପ। ପୁରୀ ବାଇପାସ୍‌ ମାଳତୀପାଟପୁରଠାରୁ ଜଗନ୍ନାଥବଲ୍ଲଭ ମଠକୁ ଶ୍ରୀସେତୁ ଦ୍ୱାରା ସଂଯୋଗ କରାଯିବ। ଅବଢା ଯୋଜନାରେ ନିର୍ମାଣ ହେବାକୁ ଥିବା ଶ୍ରୀସେତୁ ପାଇଁ ୧୯୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଦେଢ କିମି ଲମ୍ବ ବିଶିଷ୍ଟ ଏହି ସେତୁ ପାଇଁ ୪ଟି ମୌଜାରେ ଅଧିଗ୍ରହଣ ହେବ ୩୭.୯୮୪ ଏକର ଜମି । ଜମି ଅଧିଗ୍ରହଣ ପୂର୍ବରୁ ଆରମ୍ଭ ହୋଇଯାଇଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ତେବେ ଅଧିଗ୍ରହଣ ହେବାକୁ ଥିବା ଜମି ମଧ୍ୟରୁ ସର୍ବାଧିକ ଜମି ସମଙ୍ଗ ମୌଜାରୁ ଅଧିଗ୍ରହଣ ହେବ ବୋଲି ଜଣାପଡ଼ିଛି।
ଶ୍ରୀସେତୁ ପାଇଁ ପୁରୀ ତହସିଲ ଅନ୍ତର୍ଗତ ୪ଟି ମୌଜା ସମଙ୍ଗ, ମାଟିତୋଟା, ମାର୍କଣ୍ଡେଶ୍ୱର ସାହି ନଂ-୧ ଓ ଦାଣ୍ଡିମାଳ ସାହିର ବେସରକାରୀ ଓ ସରକାରୀ ଜମି ମିଶି ୩୭ ଏକର ୯୮୪ ଡେସିମିଲ ଜମି ଅଧିଗ୍ରହଣ ହେବ। ମୋଟ ଜମି ମଧ୍ୟରୁ ବେସରକାରୀ ଜମି ୩୪ଏକର ୨୪୬ ଡେସିମିଲ ଥିବାବେଳେ ସରକାରୀ ଜମି ୩ ଏକର ୭୩୮ ଡେସିମିଲ ରହିଛି। ଏଥିମଧ୍ୟରେ ସମଙ୍ଗ ମୌଜାରୁ ସର୍ବାଧିକ ବେସରକାରୀ ଜମି ୧୭ ଏକର ୯୪୭ ଡେସିମିଲ ଜମି ଅଧିଗ୍ରହଣ କରାଯିବ। ସେହିପରି ଏହି ମୌଜାରେ ୦.୦୧୧ ଡେସିମିଲ ସରକାରୀ ଜମି ରହିଛି। ମାଟିତୋଟା ମୌଜାରେ ବେସରକାରୀ ଜମି ୧୨ ଏକର ୬୫ ଡେସିମିଲ ଓ ସରକାରୀ ଜମି ୦.୧୬୨ ଡେସିମିଲ, ମାର୍କଣ୍ଡେଶ୍ୱର ସାହି ନଂ.-୧ ମୌଜାରୁ ବେସରକାରୀ ୧ ଏକର ୭୦୩ ଡେସିମିଲ ଓ ସରକାରୀ ୩ ଏକର ୪୬୫ ଡେସିମିଲ ଏବଂ ଦାଣ୍ଡିମାଳ ସାହି ମୌଜାରୁ ବେସରକାରୀ ୨ଏକର ୫୪୬ ଡେସିମିଲ ଓ ସରକାରୀ ୦.୧୦୦ ଡେସିମିଲ ଅଧିଗ୍ରହଣ କରାଯିବ। ସରକାରୀ ଜମି ମଧ୍ୟରେ ମହାପ୍ରଭୁଙ୍କ ଜମି ରହିଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି, ଶ୍ରୀସେତୁ ପାଇଁ ସାମାଜିକ ପ୍ରଭାବ ନିର୍ଦ୍ଧାରଣ ସର୍ଭେ ଚାଲିଛି। ସର୍ଭେ କାର୍ଯ୍ୟ ସରିବା ପରେ ଯେଉଁମାନଙ୍କର ଜମି ଅଧିଗ୍ରହଣ ହେବ ସେମାନଙ୍କ ସହିତ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri