ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ପାଠପଢ଼ା

ତିହିଡ଼ି, ୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୋହ୍ଲ ମଧ୍ୟଇଂରାଜୀ (ଏମ୍‌ଇ) ସ୍କୁଲରେ ଶ୍ରେଣୀଗୃହ ଅଭାବ ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର ବାରଣ୍ଡାରେ ବସି ପାଠ ପଢୁଛନ୍ତି। ବର୍ଷା ହେଲେ ଛାତ୍ରୀଛାତ୍ର ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ପ୍ରଧାନଶିକ୍ଷୟିତ୍ରୀ କଳ୍ପନା ନାୟକ ବିଭିନ୍ନ ସମୟରେ ଏ ସମ୍ପର୍କରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ଏହାକୁ ନେଇ ସ୍କୁଲ ପରିଚାଳନା କମିଟି ସଦସ୍ୟ ଏବଂ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
୧୯୫୯ ମସିହାରେ ସ୍ଥାପିତ ଏହି ସ୍କୁଲରେ ୩ଟି ଶ୍ରେଣୀରେ ମୋଟ ୨୮୭ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପୂର୍ବରୁ ସ୍କୁଲରେ ୬ଷ୍ଠ ଓ ୭ମ ଦୁଇଟି ଶ୍ରେଣୀ ଥିଲା। ସରକାରଙ୍କ ନୂତନ ଶିକ୍ଷାନୀତି ଅନୁଯାୟୀ ୮ମ ଶ୍ରେଣୀ ସ୍କୁଲ ସହ ସଂଯୋଗ ହୋଇଥିଲା। ଅଧିକ ଶ୍ରେଣୀ ଲାଗି ଗୃହ ଅଭାବରୁ ଶିକ୍ଷାଦାନ ନେଇ ସମସ୍ୟା ଉପୁଜିଥିଲା। ସ୍କୁଲର ଭିତ୍ତିଭୂମିକୁ ନ ସଜାଡ଼ି ଅଧିକ ଶ୍ରେଣୀ ଯୋଡ଼ିଦେବା ଯୋଗୁ ଏହା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଥିଲା। ସ୍କୁଲ ଅଫିସ ଗୃହକୁ ବାଦ୍‌ ଦେଲେ ୩ଟି ଶ୍ରେଣୀଗୃହ ରହିଛି। ଏତେସଂଖ୍ୟକ ପିଲାଙ୍କୁ ଶିକ୍ଷାଦାନ ପାଇଁ ଏହି ଶ୍ରେଣୀଗୃହ ଯଥେଷ୍ଟ ହୋଇପାରୁ ନାହିଁ। ଫଳରେ ପିଲାମାନେ ବାରଣ୍ଡାରେ ବସି ପଢ଼ିବାକୁ ବାଧ୍ୟ ହେଉଛନ୍ତି। ଏପରି ସ୍ଥଳେ ନୂତନ ଶ୍ରେଣୀଗୃହ ନିର୍ମାଣ ସକାଶେ ଅନୁଦାନ ବ୍ୟବସ୍ଥା କରିବାକୁ ଦାବି ହୋଇଛି। ଏହାଛଡ଼ା ଅଷ୍ଟମ ଶ୍ରେଣୀ ପାଇଁ ବିଜ୍ଞାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ତୁରନ୍ତ ଏହି ପଦବୀ ପୂରଣ ନିମନ୍ତେ ଦାବି କରାଯାଇଛି। ଅପରପକ୍ଷେ ସ୍କୁଲର ଉନ୍ନତି ପାଇଁ କମ୍ପୋଜିଟ୍‌ ଗ୍ରାଣ୍ଟ ଭାବେ ଚଳିତବର୍ଷ ପ୍ରତ୍ୟେକ ସ୍କୁଲକୁ ପିଲାସଂଖ୍ୟା ଅନୁଯାୟୀ ଅର୍ଥ ଯୋଗାଇ ଦିଆଯାଇଛି। ଏହି ସ୍କୁଲକୁ ପିଲା ସଂଖ୍ୟା ଅନୁସାରେ ୭୫ ହଜାର ଟଙ୍କା ମିଳିବା କଥା। ମାତ୍ର ୭୫୦୦ଟଙ୍କା ମିଳିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସ୍କୁଲର ପିଲା ସଂଖ୍ୟା ଅନୁଯାୟୀ ଆଉ ୨ଟି ଶ୍ରେଣୀଗୃହ ପାଇଁ ଅନୁଦାନ ଯୋଗାଇ ଦିଆଗଲେ ଶିକ୍ଷାଦାନରେ ସମସ୍ୟା ଉପୁଜିବ ନାହିଁ ବୋଲି ପ୍ରଧାନଶିକ୍ଷୟିତ୍ରୀ ନାୟକ କହିଛନ୍ତି। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ଉଦୟନାରାୟଣ ଦାଶଙ୍କୁ ପଚାରିବାରୁ ଶ୍ରେଣୀଗୃହ ଅଭାବ ଥିବା ସ୍କୁଲ ସମ୍ପର୍କରେ ବିଡିଓଙ୍କୁ ଅବଗତ କରାଯାଇଛି, ସରକାରୀ ଅନୁଦାନ ଆସିଲେ ଶ୍ରେଣୀଗୃହ ନିର୍ମାଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri