ଶ୍ରେଣୀଗୃହରେ ଶିକ୍ଷକ ଶୋଇଥିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ ଶିକ୍ଷା ବର୍ଷରେ ବିବାଦ ବ୍ଲକ ଶିକ୍ଷା ବିଭାଗର ପିଛା ଛାଡୁନି। ବିଦ୍ୟାଳୟରେ ଶିକ୍ଷକ ଶୋଇଥିବା ଏକ ଭିଡିଓ ଭାଇରାଲ ହୋଇଛି। ଦୁର୍ଗମ ଅଞ୍ଚଳ ପର୍ତ୍ତମାହା ପଞ୍ଚାୟତ ଝିମାବାଡ଼ି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏପରି ଘଟଣା। ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ମାତ୍ର ୧୮ ଜଣ ଛାତ୍ରୀଛାତ୍ର ଥିବାବେଳେ ପ୍ରଧାନ ଶିକ୍ଷକଙ୍କ ସମେତ ୨ ଜଣ ଶିକ୍ଷକ ପାଠ ପଢାଉଛନ୍ତି। ଏବେ ଅଞ୍ଚଳରେ ଏହି ବିଦ୍ୟାଳୟର ଏକ ଭିଡିଓ ଭାଇରାଲ ହୋଇଛି। ବିଦ୍ୟାଳୟର ଜଣେ ଗଣଶିକ୍ଷକ ଚୌକିରେ ବସି ଶୋଇ ପଡ଼ିଥିବାବେଳେ ଛାତ୍ରୀଛାତ୍ର ଶିକ୍ଷକଙ୍କୁ ନିଦରୁ ଉଠାଇବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳିଛି। ସେ ନ ଉଠିବାରୁ ପାଠ ନ ପଢ଼ି ଶିକ୍ଷକ ଶୋଇଥିବାବେଳେ ସ୍କୁଲ ଛାଡ଼ି ଘରକୁ ଚାଲିଯାଉଛନ୍ତି। ଶିକ୍ଷକ ଜଣକ ନିଦରେ ଶୋଇଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ବୁଲୁଛି ା ଏହାକୁ ନେଇ ସିଆର୍‌ସିସି ହରିଶଙ୍କର ପ୍ରଧାନଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ, ଏନେଇ ସେ ତଦନ୍ତ କରୁଛନ୍ତି। ଘଟଣାରେ ସତ୍ୟତା ରହିଛି। ଭିଡିଓଟି ଗତ ଶୁକ୍ରବାରର ବୋଲି ସେ କହିଛନ୍ତି। ଶୀଘ୍ର ବିଇଓଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ସେ କହିଛନ୍ତି। ଯେ, କାର୍ଯ୍ୟରେ ଅନିୟମିତତା ନେଇ ଦାରିଙ୍ଗବାଡ଼ି ବ୍ଲକ ସରାମୁଳି ପଞ୍ଚାୟତର ମାର୍ଦ୍ଦିପଙ୍କା ପ୍ରାଥମିକ ବିଦ୍ୟାଳୟ, ସୋନପୁର ପଞ୍ଚାୟତ ଦବେଡ଼ି ବିଦ୍ୟାଳୟ ଓ ଲକଟି ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଦରମା ବିଇଓ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri