ଶ୍ରେଷ୍ଠ ଅଭିନେତା ପୁରସ୍କାର ଲାଗି ନାମ ଘୋଷଣା ପରେ ଅଙ୍କିତାଙ୍କୁ ଆଲିଙ୍ଗନ କରିଥିଲେ ସୁଶାନ୍ତ

ମୁମ୍ବାଇ : ଏକତା କପୁର ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କ ସିରିୟଲ ‘ପବିତ୍ର ରିସ୍ତା’ପାଇଁ ସୁଶାନ୍ତ ସିଂ ରାଜପୁତଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଥିଲା। ୧୦ମ ଇଣ୍ଡିଆନ୍‌ ଟେଲିଭିଜନ ପକ୍ଷରୁ ୧୦ମ ଏକାଡେମୀ ଆଓ୍ବାର୍ଡରେ ସୁଶାନ୍ତ ଏହି ପୁରସ୍କାର ପାଇଥିଲେ। ଛୋଟପରଦାରୁ କ୍ୟାରିୟର ଆରମ୍ଭ କରିଥିଲେ ସୁଶାନ୍ତ। ‘ପବିତ୍ର ରିସ୍ତା’ତାଙ୍କୁ ଘରେ ଘରେ ପରିଚୟ କରାଇଥିଲା। ଏହି ସିରିୟଲରେ ସେ ମାନବ ଚରିତ୍ରରେ ଅଭିନୟ କରିଥିଲେ। କ୍ୟାରିୟରରେ ପ୍ରଥମ ଥର ସେ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଥିଲେ।
ଏକତା ପୋଷ୍ଟ କରିଥିବା ଭିଡିଓରେ ଯେତେବେଳେ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଁ ସୁଶାନ୍ତଙ୍କ ନାମ ଘୋଷଣା କରାଯାଉଛି, ସେତେବେଳେ ସୁଶାନ୍ତଙ୍କ ନିକଟରେ ବସିଥିବା ଅଙ୍କିତା ଲୋଖଣ୍ଡେଙ୍କୁ ଆଲିଙ୍ଗନ କରୁଥିବା ନଜର ଆସିଛି। ସୁଶାନ୍ତଙ୍କ ନାଁ ଘୋଷଣା ପରେ ଅଙ୍କିତା ଖୁବ୍‌ ଉତ୍ସାସିତ ଜଣାପଡୁଥିଲେ। ଏହି ପୁରସ୍କାର ସୁଶାନ୍ତ ତାଙ୍କ ମା’ଙ୍କୁ ଉତ୍ସର୍ଗ କରିଥିଲେ। ସୁଶାନ୍ତ ବାଲାଜୀ ଟେଲିଫିଲ୍ମ ଏବଂ ଏକତା କପୁରଙ୍କୁ ମଧ୍ୟ ଧନ୍ୟବାଦ ଦେଇଥିଲେ। ଏଥିରେ ସୁଶାନ୍ତ ଏବଂ ଅଙ୍କିତାଙ୍କ ଯୋଡ଼ିକୁ ଦର୍ଶକେ ଖୁବ୍‌ ପସନ୍ଦ କରିଥିଲେ। କିନ୍ତୁ ସୁଶାନ୍ତ ଅଧାରୁ ଏହି ସିରିୟଲ ଛାଡ଼ି ଦେଇଥିଲେ। ପରେ ଫିଲ୍ମରେ କ୍ୟାରିୟର ଆରମ୍ଭ କରିଥିଲେ। ସେ ଫିଲ୍ମ ‘କାଇ ପୋ ଚେ’ ଜରିଆରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ଏହି ଫିଲ୍ମ ହିଟ୍‌ ହୋଇଥିଲା। ଏହା ପରେ ସୁଶାନ୍ତ ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଚାଲିଥିଲେ। କିନ୍ତୁ ଏବେ ତାଙ୍କ ମୃତ୍ୟୁ ଖବର ଯେମିତି ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ତାଙ୍କ ଆତ୍ମହତ୍ୟାର କାରଣ ଖୋଜି ପାଉନାହାନ୍ତି ପ୍ରଶଂସକ। ପୋଲିସ ଏହି ଘଟଣାର ମଧ୍ୟ ଖୋଳତାଡ଼ ଜାରି ରଖିଛି। ଦେଖାଯାଉ କେବେ ହଟୁଛି ଏହା ଉପରୁ ପରଦା।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri