Posted inଖେଳ

ଶ୍ରେଷ୍ଠ-୫୦ ପ୍ରଭାବଶାଳୀ ଭାରତୀୟ ତାଲିକାରେ ଦୂତୀ: କୋହଲି ସପ୍ତମ, ଅମିତାଭ ନବମ, ଦୂତୀ ୪୭ତମ ସ୍ଥାନରେ

ନୂଆଦିଲ୍ଲୀ,୨୮।୭(ପି.ଟି.)- ଦେଶର ଦ୍ରୁତତମ ଧାବିକା ତଥା ଓଡ଼ିଆ ମହିଳା ଆଥଲେଟ୍‌ ଦୂତୀ ଚାନ୍ଦ ଆଉ ଏକ ସମ୍ମାନର ଅଧିକାରୀ ହୋଇଛନ୍ତି। ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଦେଶର ଶ୍ରେଷ୍ଠ ଶକ୍ତିଶାଳୀ ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ନେଇ ପ୍ରକାଶିତ ହୋଇଥିବା ତାଲିକାରେ ସ୍ଥାନ ପାଇଛନ୍ତି। ସେ ଏହି ତାଲିକାର ୪୭ତମ ସ୍ଥାନରେ ରହିଛନ୍ତି। ଦେଶର ଅଗ୍ରଣୀ ଇଂଲିଶ ପତ୍ରିକା ‘ଇଣ୍ଡିଆ ଟୁଡେ’ ତା’ର ଅଗଷ୍ଟ ସଂସ୍କରଣରେ ଏହି ତାଲିକା ପ୍ରକାଶିତ କରିଛି। ଚଳିତବର୍ଷ ଅନୁଷ୍ଠିତ ୨୦୧୮ ଏସିଆନ୍‌ ଗେମ୍ସ ଓ ୨୦୧୯ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଦମ୍‌ଦାର ପ୍ରଦର୍ଶନ କରି ଦୂତୀ ଏହି ତାଲିକାରେ ସ୍ଥାନ ପାଇଛନ୍ତି ବୋଲି କୁହାଯାଇଛି।
ଭାରତର ପ୍ରଥମ ସମଲିଙ୍ଗୀ କ୍ରୀଡ଼ାବିତ୍‌ ଭାବେ ଦୂତୀଙ୍କୁ ଏହି ପତ୍ରିକା ସମ୍ବୋଧନ କରିଛି। ୨୦୧୮ ଏସିଆନ ଗେମ୍ସରେ ଦୂତୀ ଦୁଇଟି ରୌପ୍ୟ ପଦକ ହାସଲ କରିଥିଲେ। ସେହିପରି ସେ ଚଳିତ ବର୍ଷ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏଥିସହିତ ଦ୍ୱିତୀୟ ଭାରତୀୟ ଭାବେ ଦୂତୀ କୌଣସି ବିଶ୍ୱସ୍ତରୀୟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ବୋଲି ‘ଇଣ୍ଡିଆ ଟୁଡେ’ ଉଲ୍ଲେଖ କରିଛି। ଜଣାଶୁଣା ଶିଳ୍ପପତି ମୁକେଶ ଅମ୍ବାନୀ ଏହି ତାଲିକାର ଶୀର୍ଷ ସ୍ଥାନରେ ରହିଛନ୍ତି। ମୁକେଶ ଏବେ ୫୦ ବିଲିୟନ ଆମେରିକୀୟ ଡଲାର ବା ୩.୪୫ ଲକ୍ଷ କୋଟି ଟଙ୍କାର ମାଲିକ ବୋଲି ଏହି ପତ୍ରିକା ଉଲ୍ଲେଖ କରିଛି। ଦେଶର ଅନ୍ୟତମ ଶିଳ୍ପପତି କୁମାର ମଙ୍ଗଳମ ବିର୍ଲା ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି ଗୌତମ ଆଦାନୀ, ଉଦୟ କୋଟାକ, ଆନନ୍ଦ ମହିନ୍ଦ୍ରା ଓ ରତନ ଟାଟା ଯଥାକ୍ରମେ ତୃତୀୟ, ଚତୁର୍ଥ, ପଞ୍ଚମ ଓ ଷଷ୍ଠ ସ୍ଥାନ ଅଧିକାର କରିଛନ୍ତି। ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ଏହି ତାଲିକାର ସପ୍ତମ ସ୍ଥାନରେ ରହିଛନ୍ତି। ମିଲେନିୟମ ଷ୍ଟାର ଅମିତାଭ ବଚ୍ଚନ ନବମ, ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର ୧୭, ସୁପରଷ୍ଟାର ଅକ୍ଷୟ କୁମାର ୨୧, ନିତା ଅମ୍ବାନୀ ୨୩, ବାବା ରାମଦେବ ୨୫, ଅଭିନେତା ରଣବୀର ସିଂ ୨୭, ସଲମାନ ଖାଁ ୨୯, ତାମିଲ ସୁପରଷ୍ଟାର ରଜନୀକାନ୍ତ ୩୬, ଅଭିନେତ୍ରୀ ଦୀପିକା ପାଡୁକୋନ ୪୨, ଟେଲିଭିଜନ ସିରିଏଲ ପ୍ରଯୋଜିକା ଏକତା କାପୁର ୪୮ତମ ସ୍ଥାନରେ ରହିଛନ୍ତି।
ସେହିପରି ଭାରତର ସବୁଠାରୁ ଶକ୍ତିଶାଳୀ ତଥା ପ୍ରଭାବଶାଳୀ ରାଜନେତା ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୀର୍ଷ ସ୍ଥାନରେ ରହିଛନ୍ତି। ତାଙ୍କ ପଛକୁ ରହିଛନ୍ତି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗଓ୍ବତ୍‌ ଏବଂ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?