ଶ୍ୱଶୁର ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା

ଚଢ଼େଇଧରା,୨୪ା୮(ଡି.ଏନ୍‌.ଏ)- ଯାଜପୁର ଜିଲା ଜେନାପୁର ଥାନା ପୁରୁଣା ବଉଳମାଳ ପଞ୍ଚାୟତ କୃଷ୍ଣପଶି ଗ୍ରାମସ୍ଥିତ ଶ୍ୱଶୁର ଘରେ ଶୁକ୍ରବାର ଜ୍ୱାଇଁ ଫ୍ୟାନ୍‌ରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଧର୍ମଶାଳା ଥାନା ଗୋପାଳପୁର ଗ୍ରାମର ଅନନ୍ତ ଦାସ (୩୫)। ଘଟଣାସ୍ଥଳରେ ଜେନାପୁର ଥାନାଧିକାରୀ ସୁଶାନ୍ତ କୁମାର ଦାସ ଓ ଫାଣ୍ଡି ଅଧିକାରୀ ସୁଧିର କୁମାର ରାଉତରାୟ ସଦଳବଳେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ଏକ ମାମଲା (ନଂ. ୧୦/୧୯) ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବଡ଼ଚଣାକୁ ପଠାଇଛନ୍ତି।

ପ୍ରକାଶ ଯେ, ଅନନ୍ତ ୧୦ବର୍ଷ ତଳେ କୃଷ୍ଣପଶି ଗ୍ରାମର ସନିଆ ସାହୁଙ୍କ ଝିଅ ରୁକ୍ମଣୀଙ୍କୁ ପ୍ରେମ କରି ବିବାହ କରିଥିଲେ। ଏହାପରେ ସେ ତାଙ୍କ ଶ୍ୱଶୁର ଘରେ ଆସି ରହୁଥିଲେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମଝିରେ ମଝିରେ ଝଗଡ଼ା ଲାଗି ରହୁଥିଲା। ଶୁକ୍ରବାର ରାତିରେ ଖାଇ ଶୋଇବା ପରେ ବିଳମ୍ବିତ ରାତିରେ ସେ ରଶି ଲଗାଇ ଆମତ୍ହତ୍ୟା କରିଥିଲେ। ତାଙ୍କର ୨ଟି ପୁଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?