ଶ୍ୱଶୁରଙ୍କ ଆକ୍ରମଣରେ ଜ୍ୱାଇଁ ଗୁରୁତର

ପରଜଙ୍ଗ, ୫।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗ୍ରାମରେ ମଙ୍ଗଳବାର ରାତିରେ ଶ୍ୱଶୁର ଘର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଜ୍ୱାଇଁ ଗୁରୁତର ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣର ଶିକାର ହୋଇଛନ୍ତି ଯାଜପୁର ଜିଲା ଜେନାପୁର ଥାନା ଗଡ଼ମଧୁପୁର ଗ୍ରାମର ରଞ୍ଜନ କୁମାର ସାହୁ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାତିସାରା ଏକ ପାଇଖାନା ଟାଙ୍କି ଉପରେ ପଡ଼ି ରହିଥିବାବେଳେ ସକାଳୁ ସ୍ଥାନୀୟ ଲୋକେ ରଞ୍ଜନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏ ନେଇ ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ରଞ୍ଜନ ବର୍ଷେ ତଳେ ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗ୍ରାମର ସୁଭଦ୍ରା ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ବିବାହର କିଛି ଦିନ ପରେ କୌଣସି କାରଣରୁ ଦମ୍ପତିଙ୍କ ମଧ୍ୟରେ କଳହର ସୂତ୍ରପାତ ହୋଇଥିଲା। ଏହପରେ ସୁଭଦ୍ରା ବାପଘରକୁ ପଳାଇ ଆସିଥିଲେ। ମଙ୍ଗଳବାର ସୁଭଦ୍ରା ଫୋନ୍‌ କରି ରଞ୍ଜନଙ୍କୁ ଡାକିଥିଲେ। ବିବାଦ ଭୁଲି ତାଙ୍କୁ ସାଙ୍ଗରେ ନେଇଯିବାକୁ ଅନୁରୋଧ କରିଥିଲେ। ସ୍ତ୍ରୀଙ୍କ ଅନୁରୋଧ ରକ୍ଷା କରି ରଞ୍ଜନ ଶ୍ୱଶୁର ଘରକୁ ଆସିଥିଲେ। ଉକ୍ତ ସମୟରେ ସ୍ତ୍ରୀ ଘରେ ଥିବାବେଳେ ଅନ୍ୟ ସଦସ୍ୟମାନେ ଏକ ବିବାହ ଭୋଜିରେ ଯୋଗଦେବାକୁ ଯାଇଥିଲେ। ସନ୍ଧ୍ୟାରେ ରଞ୍ଜନ ଖାଇସାରି ଶୋଇଥିଲେ। ଏହି ସମୟରେ ସୁଭଦ୍ରାଙ୍କ ପରିବାର ଲୋକେ ପହଞ୍ଚତ୍ ରଞ୍ଜନଙ୍କୁ ଦେଖି ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। ତାଙ୍କୁ ଘର ଭିତରେ ପୂରାଇ କବାଟ ବନ୍ଦ କରିଦେଇଥିଲେ। ମାନସିକ ଭାରସାମ୍ୟ ହରାଇ ରଞ୍ଜନ ଉକ୍ତ ଘରେ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା ଉଦ୍ୟମ କରୁଥିବାବେଳେ କବାଟ ଭାଙ୍ଗି ତାଙ୍କୁ ଶ୍ୱଶୁର ସୁରେଶ ସାହୁ, ଶାଶୁ ଜୟନ୍ତୀ ସାହୁ ଏବଂ ଶଳା ଲିକୁନୁ ଉଦ୍ଧାର କରିଥିଲେ। ଏହାପରେ ସମସ୍ତେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସୁଭଦ୍ରା ହସ୍ତକ୍ଷେପ କରିଥିଲେ ମଧ୍ୟ କେହି ତାଙ୍କ କଥା କେହି ଶୁଣି ନ ଥିଲେ। ସୁରେଶ ଉତ୍ତ୍ୟକ୍ତ ହୋଇ ରଞ୍ଜନଙ୍କୁ ହାଣି ଦେଇଥିଲେ। ସେଠାରୁ କୌଣସି ମତେ ଜୀବନ ବିକଳରେ ଖସିଆସି ବସୁଲେଇ ଗ୍ରାମର ଏକ ପାଇଖାନା ଟାଙ୍କି ଉପରେ ରଞ୍ଜନ ରାତିସାରା କ୍ଷତାକ୍ତ ଅବସ୍ଥାରେ ପଡ଼ି ରହିଥିଲେ। ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ତାଳଚେର ମଣ୍ଡାପାଳ ଡାକ୍ତରଖାନାକୁ ପଠାଇଥିଲେ। ବୁଧବାର ସେ ଏ ନେଇ ପରଜଙ୍ଗ ଥାନାରେ ପହଞ୍ଚତ୍ ଲିଖିତ ଅଭିଯୋଗ କରିଛନ୍ତି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦଦରାଘାଟି ଫାଣ୍ଡି ଅଧିକାରୀ ସମରଜିତ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri