ଶ୍ୱଶୁରଙ୍କ ପ୍ରେରଣାରୁ ହେଉଛି ଅଙ୍ଗଦାନ

ଦିଗପହଣ୍ଡି,୫ା୨(ଡି.ଏନ.ଏ.)-ସଡ଼କ ଦୁର୍ଘଟଣାରେ ଆହତ ଦିଗପହଣ୍ଡି ରାଣୀ ସାହିର ପ୍ରିୟଙ୍କା ରାଣୀ ରାଜୁ (୨୬) ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁବରଣ କରିଛନ୍ତି। ଶ୍ୱଶୁର ଓ ସ୍ବାମୀଙ୍କ ସହମତିରେ ପ୍ରିୟଙ୍କାଙ୍କ ଦୁଇଟି କିଡ୍‌ନୀ ଓ ଚକ୍ଷୁ ଦାନ କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ମଙ୍ଗଳବାର ସକାଳେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶରେ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଙ୍ଗଦାନ କରି ପ୍ରିୟଙ୍କାଙ୍କ ପରିବାର ଅନ୍ୟମାନଙ୍କ ପାଇଁ ପ୍ରେରଣା ସୃଷ୍ଟି କରିଛନ୍ତି ବୋଲି ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ପ୍ରତିକ୍ରିୟାରେ କହିଛନ୍ତି।
ଯେ, ଦୁର୍ଘଟଣାରେ ଆହତ ପ୍ରିୟଙ୍କାଙ୍କ ଚିକିତ୍ସା ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚାଲିଥିଲା। ସୋମବାର ସନ୍ଧ୍ୟାରେ ଚିକିତ୍ସା କରୁଥିବା ଡାକ୍ତର ତାଙ୍କ ବ୍ରେନ୍‌ ଡେଡ୍‌ ହୋଇଥିବା ଘୋଷଣା କରିଥିଲେ। ସେଠାରେ ଉପସ୍ଥିତ ତାଙ୍କ ଶ୍ୱଶୁର ଭି. ଧର୍ମା ରାଜୁ ଓ ସ୍ବାମୀ ଭି. ସମୀର ରାଜୁ ଅଙ୍ଗଦାନ ପାଇଁ ଇଚ୍ଛା ପ୍ରକାଶ କରିଥିଲେ। ଏନେଇ ସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଥିଲା। ସୋମବାର ରାତିରେ କଟକ ବଡ଼ ଡ଼ାକ୍ତରଖାନାର ସ୍ବତନ୍ତ୍ର ଡାକ୍ତରୀ ଦଳ ହସ୍ପିଟାଲରେ ପହଞ୍ଚତ୍ କିଡ୍‌ନୀ ଓ ଚକ୍ଷୁ ସଂଗ୍ରହ କରିଥିଲେ। ପରେ ବିଳମ୍ବିତ ରାତିରେ କଟକ ବଡ଼ ମେଡିକାଲ ନିଆଯାଇ ବିଶେଷଜ୍ଞ ଡାକ୍ତରୀ ଦଳ ଜଣେ ବ୍ୟକ୍ତିଙ୍କ ଶରୀରରେ କିଡ୍‌ନୀ ପ୍ରତ୍ୟାରୋପଣ କରିଥିଲେ।
ପ୍ରକାଶ ଯେ, କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ ପଦ୍ଧତି ଜରିଆରେ ମୃତ ପ୍ରିୟଙ୍କାଙ୍କ କିଡ୍‌ନୀ ଅନ୍ୟ ଅସୁସ୍ଥ ବ୍ୟକ୍ତିଙ୍କଠାରେ ପ୍ରତିରୋପଣ କରାଯିବା ଘଟଣା ରାଜ୍ୟରେ ପ୍ରଥମ। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କଟକ ବଡ଼ ଡାକ୍ତରଖାନାରେ ଅଙ୍ଗ ଦାନ ଓ ପ୍ରତ୍ୟାରୋପଣ ବ୍ୟବସ୍ଥା ତଦାରଖ ପାଇଁ ଏକ ନୋଡାଲ କେନ୍ଦ୍ର ଖୋଲାଯାଇଛି। ସ୍ବେଚ୍ଛାକୃତ ଭାବେ ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ପାଇଁ ରାଜ୍ୟ ସରକାର ଗତ କିଛିଦିନ ପୂର୍ବେ ପୁରସ୍କାର ସ୍ବରୂପ ଅର୍ଥରାଶି ପ୍ରଦାନ ବ୍ୟବସ୍ଥା ନେଇ ଘୋଷଣା କରିଥିଲେ।
ସୂଚନା ଯୋଗ୍ୟ ଯେ, ଗତ ୨୬ ତାରିଖ ଅପରାହ୍ନରେ ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ. ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ କାର (ନଂ.ଓଆର୦୨ବିଏକ୍ସ-୫୪୬୪)କୁ ବିପରୀତ ଦିଗରୁ ଏକ ପିକ୍‌ଅପ ଭ୍ୟାନ (ନଂ.ଓଡି୦୭ଡି-୭୭୫୫) ଧକ୍କା ଦେବାରୁ କାରରେ ଥିବା ଦିଗପହଣ୍ଡି ରାଣୀ ସାହିର ପୂର୍ବତନ ଏନ୍‌ଏସି କାଉନସିଲର ଭି.ଧର୍ମରାଜୁ ତାଙ୍କ ସ୍ତ୍ରୀ ଭାରତୀ, ପୁଅ ସମୀର, ବୋହୂ ପ୍ରିୟଙ୍କା, ନାତି ଜେରି ଓ ନାତୁଣୀ ତନ୍‌ଭି ଗୁରୁତର ଆହତ ହୋଇଥିଲେ। ବ୍ରହ୍ମପୁରରେ ଭୋଜିଖାଇ ପରିବାର ସହ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଆହତ ମାନଙ୍କୁ ଉଦ୍ଧାର କରି ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲ ଓ ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ମା’ ପ୍ରିୟଙ୍କା ଓ ଝିଅ ତନ୍‌ଭିଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଚିକିତ୍ସା ଚାଲିଥିଲା। ସୋମବାର ସନ୍ଧ୍ୟାରେ ପ୍ରିୟଙ୍କାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri