Posted inଜାତୀୟ

ଷଢ଼େଇକଳାରେ ମାଓବାଦୀ ଆକ୍ରମଣ: ୫ ପୋଲିସ ଶହୀଦ

ରାଞ୍ଚତ୍,୧୫ା୬: ଝାଡ଼ଖଣ୍ଡର ଷଢ଼େଇକଳା ଜିଲାରେ ମାଓବାଦୀଙ୍କ ଅତର୍କିତ ଆକ୍ରମଣରେ ୫ ପୋଲିସ ଶହୀଦ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ସବ୍‌ଇନ୍ସିପେକ୍ଟର ଓ ୩ କନ୍‌ଷ୍ଟେବଲ ଅଛନ୍ତି। ଶୁକ୍ରବାର ସନ୍ଧ୍ୟା ୬ଟା ୩୦ ମିନିଟ ସମୟରେ ପୋଲିସ ପାଟ୍ରୋଲିଂ ଟିମ୍‌ ଜିଲାର ତିରୁଲଡିହ ଥାନା ଅନ୍ତର୍ଗତ କୁକ୍‌ଡୁ ବଜାର ସାପ୍ତାହିକ ହାଟରେ ପହଞ୍ଚତ୍ବା କ୍ଷଣି ସେଠାରେ ଛକି ରହିଥିବା ମାଓବାଦୀମାନେ ଆକ୍ରମଣ କରିଥିଲେ। ସେମାନେ ଅତି ନିକଟରୁ ଗୁଳି କରି ନିର୍ମମ ଭାବେ ହତ୍ୟା କରିଥିବା ଜଣାପଡିଛି। ଆକ୍ରମଣରେ ଅନ୍ୟ କେତେଜଣ ପୋଲିସ ଆହତ ହୋଇଛନ୍ତି। ୮ରୁ ୧୦ ଜଣ ମାଓବାଦୀ ବାଇକରେ ଆସିଥିଲେ। ସେମାନେ ପୋଲିସଙ୍କଠାରୁ ଅସ୍ତ୍ରଶସ୍ତ୍ର ମଧ୍ୟ ଲୁଟି ନେଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପୋଲିସ ଏଡିଜି ଏମ୍‌.ଏଲ୍‌ ମୀନା ସୂଚନା ଦେଇଛନ୍ତି। ପଶ୍ଚିମବଙ୍ଗ-ଝାଡ଼ଖଣ୍ଡ ସୀମାବର୍ତ୍ତୀ ଆକ୍ରମଣସ୍ଥଳକୁ ଏସ୍‌ପି ଓ ଅନ୍ୟ ପୋଲିସ ପଦାଧିକାରୀମାନେ ଯାଇଛନ୍ତି। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଆକ୍ରମଣକୁ ନିନ୍ଦା କରିଛନ୍ତି। ପୋଲିସଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ। ମାଓବାଦୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
ମେ ୨୮ରେ ଝାଡ଼ଖଣ୍ଡରେ ମାଓବାଦୀମାନଙ୍କ ସିରିଜ୍‌ ଆଇଇଡି ବିସ୍ଫୋରଣରେ କେନ୍ଦ୍ରୀୟ ପୋଲିସ ବଳ ଓ ରାଜ୍ୟ ପୋଲିସର ୨୬ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁତର ଆହତ ସିଆରପିଏଫ୍‌ କମାଣ୍ଡୋଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଚଳିତ ମାସ ଆରମ୍ଭରେ ଦୁମ୍‌କା ଜିଲାର ତଳଡଙ୍ଗଲ ଜଙ୍ଗଲରେ ମାଓବାଦୀ ଓ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ଯବାନ ଶହୀଦ ହେବା ସହ ଅନ୍ୟ ୪ ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri