ଷଣ୍ଢ ଲଢେଇ ବେଳେ ଦୁର୍ଘଟଣା: ଯୁବକଙ୍କ ଉପରେ ଚଢିଗଲା ଟ୍ରକ

ସୋର, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ଥାନା ଅନ୍ତର୍ଗତ ସୋର-ମଙ୍ଗଳପୁର ରାସ୍ତା ବାଗୁଡି ବଜାର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଟ୍ରକ ତଳେ ଚାପି ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।
ମଙ୍ଗଳବାର ସକାଳେ ମହୁମୁହାଣ ଗ୍ରାମର ନରେନ୍ଦ୍ର ଜେନା ବାଇକ୍‌ରେ ସୋର ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ଦୁଇଟି ଷଣ୍ଢ ଲଢେଇ କରି ରାସ୍ତା ଉପରକୁ ଉଠିଆସି ବାଇକ୍‌କୁ ଧକ୍କା ଦେଇଥିଲେ। ଫଳରେ ନରେନ୍ଦ୍ର ତଳେ ପଡିଯିବାରୁ ସମ୍ମୁଖରେ ବାଗୁଡି ଅଭିମୁଖେ ଆସୁଥିବା ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା। ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ନରେନ୍ଦ୍ର ତାଙ୍କ ଝିଅକୁ ଆଣିବାକୁ କଲେଜଛକସ୍ଥିତ ମେସ୍‌କୁ ଯାଉଥିଲେ। ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଟ୍ରକକୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri